ଦୁର୍ନୀତିକୁ ନେଇ ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡରେ ବ୍ୟାପକ ଦୁର୍ନୀତି ହୋଇଛି। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ କରାଯାଇଛି। ଏହି ମହା ଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ଉଭୟ ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏହାର ଫାଇଦା ଚାଷୀଙ୍କୁ ମିଳୁନାହିଁ। ସଂସ୍ଥାର ଦାୟିତ୍ୱରେ ଥିବା ବ୍ୟକ୍ତିମାନେ ଏ ସମସ୍ତ ଅର୍ଥକୁ ହଡ଼ପ କରୁଛନ୍ତି। ଏହି ଘଟଣାର ତଦନ୍ତ କରାଯାଉ। ଏ ନେଇ ବିଧାନସଭାରେ ବିଭାଗୀୟ ମନ୍ତ୍ରୀ ଉତ୍ତର ରଖନ୍ତୁ। ଭାଜପା ସଦସ୍ୟମାନେ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡରେ ହୋଇଥିବା ମହାଦୁର୍ନୀତିକୁ ନେଇ ସରକାରଙ୍କୁ କାଠଗଡ଼ାରେ ଛିଡ଼ା କରାଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟରେ ମଧ୍ୟ କୋଟି କୋଟି ଟଙ୍କାର ଦୁର୍ନୀତି ହେଉଥିବା ବିଷୟ କଂଗ୍ରେସ ବିଧାନସଭାରେ ଉଠାଇଛି। ଗତ ୨୦ ବର୍ଷ ମଧ୍ୟରେ ବିଶ୍ୱବିଦ୍ୟାଳୟକୁ ଦିଆଯାଇଥିବା ଅନୁଦାନର କୌଣସି ଅଡିଟ୍‌ କରାଯାଉ ନାହିଁ। ଶହ ଶହ କୋଟି ଟଙ୍କା ହଡ଼ପ କରାଯାଇଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟମାନେ ବିଧାନସଭା ହୁଲ୍‌ସ୍ତୁଲ୍‌ କରିଛନ୍ତି। ଫଳରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ପରେ ବିଧାନସଭାକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରାଯାଇଛି। ଏହି ଦୁର୍ନୀତି ଉପରେ ପଦକ୍ଷେପ ନେବାଲାଗି ବାଚସ୍ପତି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, କଂଗ୍ରେସ ଦଳ ନେତା ନରସିଂହ ମିଶ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ପ୍ରମୁଖଙ୍କୁ ନିଜ ଚାମ୍ବରକୁ ଡାକି ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri