ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ କହିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ

ବାରିପଦା,୪।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବିଭାଗୀୟ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି। ଚାଷୀଙ୍କୁ କୁଇଣ୍ଟାଲ ପିଛା ଧାନର ଏମ୍‌ଏସ୍‌ପି ୩୧ଶହ ଟଙ୍କା ପ୍ରଦାନ ବ୍ୟବସ୍ଥା ନେଇ ମନ୍ତ୍ରୀ ଆଲୋଚନା କରିଥିଲେ। ମଧ୍ୟାହ୍ନଭୋଜନ ପାଇଁ ଦିଆଯାଉଥିବା ଚାଉଳ ବସ୍ତାରେ କମ୍‌ ପରିମାଣ ରହିବା ଓ ଅନିୟମିତତା ଅଭିଯୋଗକ୍ରମେ ଜିଲାରେ ଥିବା ଚାଉଳ ମିଲ୍‌ଗୁଡ଼ିକ ସେ ପରିଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ ଯେ, ଜିଲାରେ ପ୍ରଦାନ କରାଯାଉଥିବା ମଧ୍ୟାହ୍ନଭୋଜନ ଚାଉଳ ବସ୍ତାରେ କମ୍‌ ପରିମାଣକୁ ନେଇ ବଡ଼ସାହି ବିଧାୟକ ସନାତନ ବିଜୁଳି ବିଧାନସଭା ଗୃହରେ ପ୍ରଶ୍ନ ଉଠାଇଥିଲେ। ଏହାକୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ ଜିଲା ଗସ୍ତରେ ଆସି ଶନିବାର ଶୁଳିଆପଦାସ୍ଥିତ ଏସ୍‌ଏସ୍‌ଏମ୍‌ ଚାଉଳ ମିଲ୍‌ରେ ପହଞ୍ଚତ୍ ଅନୁଧ୍ୟାନ କରିଥିଲେ। ଚାଉଳ ବସ୍ତା ପ୍ରତି ୫୦ କେଜି ବଦଳରେ କମ୍‌ ପରିମାଣର ଚାଉଳକୁ ନେଇ ତଦନ୍ତ ଆରମ୍ଭ କରାଯାଇଛି। ଗୋଟିଏ ବି ଦାନା ଚୋରି ହେବାକୁ ଦିଆଯିବ ନାହିଁ ବୋଲି କହିବା ସହ ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।
ପରେ ମନ୍ତ୍ରୀ ବାରିପଦାସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ବିଭାଗୀୟ ଅଧିକାରୀଙ୍କୁ ନେଇ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଆଗାମୀ ଖରିଫ ଧାନ ସଂଗ୍ରହ ନିମନ୍ତେ ଚାଷୀଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବାକୁ ସେ ପରାମର୍ଶ ଦେଇଛନ୍ତି। ଟୋକନ ବ୍ୟବସ୍ଥାରେ ସ୍ବଚ୍ଛତା ଆଣିବା ସହ ଧାନର ଏମ୍‌ଏସ୍‌ପି ୩୧ଶହ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ୪୮ ଘଣ୍ଟା ମଧ୍ୟରେ ପହଞ୍ଚାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପ୍ରକାର ଅଭିଯୋଗ କିମ୍ବା ସମସ୍ୟା ଦେଖାଦେଲେ ବିଭାଗୀୟ ଅଧିକାରୀମାନେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି। ସେହିପରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ଚାଉଳକୁ ନେଇ ପ୍ରକୃତ ହିତାଧିକାରୀଙ୍କ ଯାଞ୍ଚ କରାଯିବ ବୋଲି ସେ କହିଛନ୍ତି। କଓ୍ବୋଇସି ମାଧ୍ୟମରେ ଚାଉଳ କାର୍ଡର ପୁଙ୍ଖାନୁପୁଙ୍ଖ ଯାଞ୍ଚ ପରେ ପ୍ରକୃତ ହିତାଧିକାରୀଙ୍କୁ ଏହି ସବୁିଧା ଯୋଗାଇ ଦିଆଯିବ। ଅଧିକାରୀଙ୍କ ସହ ଆଲୋଚନା କରାଯାଇ ସମସ୍ତ ଯୋଜନା ଲୋକଙ୍କ ନିକଟରେ ପହଞ୍ଚାଇବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଜିଲା ମୁଖ୍ୟ ଯୋଗାଣ ଅଧିକାରୀ କୃଷ୍ଣଚନ୍ଦ୍ର ସେଠୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri