ଦୁର୍ନୀତିରେ ସମ୍ପୃକ୍ତ ଅଭିଯୋଗ: ଭିଏଲ୍‌ଡବ୍ଲ୍ୟୁଙ୍କ ନାମରେ ଥାନାରେ ଏତଲା ଦେଲେ ବିଡିଓ

ଯାଜପୁର ଅଫିସ,୧୮ା୧- ଦଶରଥପୁର ବ୍ଲକରେ କାର୍ଯ୍ୟ କରୁଥିବା ଭିଏଲ୍‌ଡବ୍ଲ୍ୟୁ ପ୍ରମୋଦ କୁମାର ମହାଳିକ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଏନେଇ ତାଙ୍କ ନାମରେ ଦଶରଥପୁର ବିଡିଓ ନାରାୟଣ ଚନ୍ଦ୍ର ନାୟକ ଶୁକ୍ରବାର ମଙ୍ଗଳପୁର ଥାନାରେ ଏତଲା ଦେଇଛନ୍ତି। ସୂଚନା ଯେ, ମହାଳିକ ଏହି ବ୍ଲକ ଅଧୀନରେ ଥିବା ଗୋପାଳପୁର ପଞ୍ଚାୟତରେ ଭିଏଲ୍‌ଡବ୍ଲ୍ୟୁ ଭାବେ କାର୍ଯ୍ୟ କରିଥାନ୍ତି। ଉକ୍ତ ପଞ୍ଚାୟତରେ ଭତ୍ତା, ଆବାସ ଯୋଜନା ଓ ପାଇଖାନା ଇତ୍ୟାଦି ସରକାରୀ ଯୋଜନା ପ୍ରଦାନ କରିବା ପାଇଁ ହିତାଧିକାରୀଙ୍କଠାରୁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଥିଲା। ଏନେଇ ସମ୍ପୃକ୍ତ ପଞ୍ଚାୟତବାସୀଙ୍କ ପକ୍ଷରୁ ରାଜ୍ୟ ପଞ୍ଚାୟତିରାଜ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ କେନ୍ଦ୍ରକରି ରାଜ୍ୟ ପଞ୍ଚାୟତିରାଜ ବିଭାଗ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦଶରଥପୁର ବିଡିଓଙ୍କୁ ଭିଏଲ୍‌ଡବ୍ଲ୍ୟୁ ମହାଳିକଙ୍କ ନାମରେ ଥାନାରେ ଏତଲା ଦେବା ପାଇଁ ନିର୍ଦ୍ଦେଶ ମିଳିଥିଲା। ନିର୍ଦ୍ଦେଶ ପାଇବା ପରେ ବିଡିଓ ଥାନାରେ ଏତଲା ଦେଇଥିବା ପ୍ରକାଶ କରିଛନ୍ତି। ପଞ୍ଚାୟତବାସୀଙ୍କ ଅଭିଯୋଗର ସତ୍ୟତା ଜାଣିବା ପାଇଁ ଦୁଇମାସ ତଳେ ରାଜ୍ୟର ଏକ ବିଭାଗୀୟ ଟିମ୍‌ ବ୍ଲକକୁ ଆସି ଘଟଣା ଉପରେ ତଦନ୍ତ କରି ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri