ଦୁର୍ନୀତିରେ ସମ୍ପୃକ୍ତ ଅଭିଯୋଗ: ଭିଏଲ୍‌ଡବ୍ଲ୍ୟୁଙ୍କ ନାମରେ ଥାନାରେ ଏତଲା ଦେଲେ ବିଡିଓ

ଯାଜପୁର ଅଫିସ,୧୮ା୧- ଦଶରଥପୁର ବ୍ଲକରେ କାର୍ଯ୍ୟ କରୁଥିବା ଭିଏଲ୍‌ଡବ୍ଲ୍ୟୁ ପ୍ରମୋଦ କୁମାର ମହାଳିକ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଏନେଇ ତାଙ୍କ ନାମରେ ଦଶରଥପୁର ବିଡିଓ ନାରାୟଣ ଚନ୍ଦ୍ର ନାୟକ ଶୁକ୍ରବାର ମଙ୍ଗଳପୁର ଥାନାରେ ଏତଲା ଦେଇଛନ୍ତି। ସୂଚନା ଯେ, ମହାଳିକ ଏହି ବ୍ଲକ ଅଧୀନରେ ଥିବା ଗୋପାଳପୁର ପଞ୍ଚାୟତରେ ଭିଏଲ୍‌ଡବ୍ଲ୍ୟୁ ଭାବେ କାର୍ଯ୍ୟ କରିଥାନ୍ତି। ଉକ୍ତ ପଞ୍ଚାୟତରେ ଭତ୍ତା, ଆବାସ ଯୋଜନା ଓ ପାଇଖାନା ଇତ୍ୟାଦି ସରକାରୀ ଯୋଜନା ପ୍ରଦାନ କରିବା ପାଇଁ ହିତାଧିକାରୀଙ୍କଠାରୁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଥିଲା। ଏନେଇ ସମ୍ପୃକ୍ତ ପଞ୍ଚାୟତବାସୀଙ୍କ ପକ୍ଷରୁ ରାଜ୍ୟ ପଞ୍ଚାୟତିରାଜ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ କେନ୍ଦ୍ରକରି ରାଜ୍ୟ ପଞ୍ଚାୟତିରାଜ ବିଭାଗ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦଶରଥପୁର ବିଡିଓଙ୍କୁ ଭିଏଲ୍‌ଡବ୍ଲ୍ୟୁ ମହାଳିକଙ୍କ ନାମରେ ଥାନାରେ ଏତଲା ଦେବା ପାଇଁ ନିର୍ଦ୍ଦେଶ ମିଳିଥିଲା। ନିର୍ଦ୍ଦେଶ ପାଇବା ପରେ ବିଡିଓ ଥାନାରେ ଏତଲା ଦେଇଥିବା ପ୍ରକାଶ କରିଛନ୍ତି। ପଞ୍ଚାୟତବାସୀଙ୍କ ଅଭିଯୋଗର ସତ୍ୟତା ଜାଣିବା ପାଇଁ ଦୁଇମାସ ତଳେ ରାଜ୍ୟର ଏକ ବିଭାଗୀୟ ଟିମ୍‌ ବ୍ଲକକୁ ଆସି ଘଟଣା ଉପରେ ତଦନ୍ତ କରି ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri