ଦୁର୍ନୀତି କରିବା ପଡିଲା ମହଙ୍ଗା: ଜଣେ ବିଡିଓ, ୨ ସରପଞ୍ଚ ନିଲମ୍ବିତ

ଭୁବନେଶ୍ୱର, ୨।୧୨: ପିଏମ୍‌ଏୱାଇ ସମ୍ପର୍କରେ ଜାରି ମାର୍ଗଦର୍ଶିକା ପାଳନ ନ କରିବା ଏବଂ ଦୁର୍ନୀତିକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ଜଣେ ବିଡିଓ ଏବଂ ୨ ଜଣ ସରପଞ୍ଚଙ୍କୁ ରାcଜ୍ୟ ସରକାର ନିଲମ୍ବିତ କରାଯାଇଛି। ଏମାନେ ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବିଡିଓ ରବିନ୍ଦ୍ର କୁମାର ଶତପଥୀ, ବାଲେଶ୍ୱର ଜିଲା ସୋରୋ ବ୍ଲକ କେଦାରପୁର ଜିପି ସରପଞ୍ଚ ଅଭିମନ୍ୟୁ ଜେନା ଏବଂ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡା ଜିପି ସରପଞ୍ଚ ଉସାନ୍ତ ସାହୁଙ୍କୁ ନିଲମ୍ବନ କରାଯାଇଛି। ପଞ୍ଚାୟତିରାଜ, ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏନେଇ ସୂଚନା ଦେଇଛନ୍ତି। ବିଡିଓ ଶ୍ରୀ ଶତପଥୀଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ତରଫରୁ ପିଏମ୍‌ଏୱାଇ ସମ୍ପର୍କରେ ଜାରି ମାର୍ଗଦର୍ଶିକା ପାଳନ ନକରିବା ଏବଂ ଦୁର୍ନୀତିକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ନିଲମ୍ବନ କରାଯାଇଛି। ସେହିପରି ସରପଞ୍ଚ ଶ୍ରୀ ଉସାନ୍ତ ସାହୁ ବେଆଇନ ଆୟବହିର୍ଭୁତ ସମ୍ପତି ଠୁଳ କରିବା ଏବଂ ସରପଞ୍ଚ ଶ୍ରୀ ଅଭିମନ୍ୟୁ ଜେନା ଆର୍ଥିକ ଅନିୟମିତତା ନିମନ୍ତେ ନିଲମ୍ବନ କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ା