ଦୁର୍ନୀତି ନ କରିବାକୁ ଶପଥ ନେଲେ ଅଧିକାରୀ, କର୍ମଚାରୀ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଚଳିତ ମାସ ୨୮ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୁର୍ନୀତି ନ କରିବା ପାଇଁ ଅଧିକାରୀ ଓ କର୍ମଚାରୀମାନଙ୍କ ଶପଥପାଠ ଆୟୋଜନ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା, ପଞ୍ଚାୟତିରାଜ, ସୂଚନା ଓ ଲୋକସମ୍ପର୍କ ବିଭାଗରେ ଶପଥପାଠ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ସୂଚନା ଓ ଲୋକସମ୍ପର୍କ ବିଭାଗ ମୁଖ୍ୟ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ କରାଯାଇଥିଲା। ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ପୂର୍ବାହ୍ନରେ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ। ଦୁର୍ନୀତିର ମୂଳୋତ୍ପାଟନ ନିମନ୍ତେ ସରକାର, ନାଗରିକ ଓ ଘରୋଇ କ୍ଷେତ୍ର ଐକବଦ୍ଧ ଭାବେ କାର୍ଯ୍ୟ କରିବା ଆବଶ୍ୟକ। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ସେମାନଙ୍କ କାର୍ଯ୍ୟରେ ସତର୍କତା ଅବଲମ୍ବନ କରିବା ସହିତ ସାଧୁତା ଓ ସଚ୍ଚୋଟତାର ସର୍ବୋଚ୍ଚ ମାନକୁ ଅନୁସରଣ କରିବା ଓ ଦୁର୍ନୀତି ବିରୋଧରେ ସଂଗ୍ରାମକୁ ସମର୍ଥନ କରିବା ଦିଗରେ ଶପଥ କରାଇଥିଲେ। ଜୀବନରେ ସବୁ କ୍ଷେତ୍ରରେ ସାଧୁତା ଓ ସଚ୍ଚୋଟତାର ସହ ଜନହିତକର ସମସ୍ତ କାର୍ଯ୍ୟ କରିବା, ବ୍ୟକ୍ତିଗତ ବ୍ୟବହାରରେ ସାଧୁତା ପ୍ରଦର୍ଶନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିବା ଏବଂ ଯେ କୌଣସି ଦୁର୍ନୀତି ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇବା ନେଇ ଅଧିକାରୀ ଓ କର୍ମଚାରୀମାନେ ଶପଥ ନେଇଥିଲେ। ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକ ଦୁର୍ନୀତି ନିବାରଣ ଶପଥପାଠ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଅନ୍ୟତମ ଯୁଗ୍ମ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ସୁପକାର, ଉପନିର୍ଦ୍ଦେଶକ ବରଦା ପ୍ରସନ୍ନ ଦାସ, ଉପ ଶାସନ ସଚିବ ଦୁର୍ଗା ପ୍ରସାଦ ମହାରଣାଙ୍କ ସମେତ ବିଭାଗର ସମସ୍ତ ଅନୁଶାସନ ସଚିବ, ସମସ୍ତ ବରିଷ୍ଠ ଅଧିକାରୀ ଉପସ୍ଥିିତ ଥିଲେ। ଅନୁରୂପ ଭାବେ ଜିଲା ଓ ଉପଖଣ୍ଡ ସ୍ତରରେ ଥିବା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଗୁଡ଼ିକରେ ଥିବା ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିର୍ବାରଣ ସଚେତନତା ଶପଥପାଠ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri