ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ: ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ, ୨ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିବା ସହ ସେମାନଙ୍କ ପେନସନ୍‌ ସୁବିଧାକୁ ମଧ୍ୟ ସ୍ଥାୟୀ ଭାବେ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌ବ୍ୟତୀତ ୨ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଥିବା ୬ ଅଧିକାରୀ ହେଲେ ଓବିସିସିର ପୂର୍ବତନ ଯନ୍ତ୍ରୀ ମୁଖ୍ୟ ତଥା ପରିଚାଳନା ନିର୍ଦ୍ଦେଶକ ସୁଧୀର କୁମାର ବଜେନ୍ଦ୍ରନାରାୟଣ, ଅବସରପ୍ରାପ୍ତ ନିର୍ବାହୀଯନ୍ତ୍ରୀ ତଥା ଓବିସିସିର ବରିଷ୍ଠ ପ୍ରୋଜେକ୍ଟ ମ୍ୟାନେଜର ଅରୁଣ ଚରଣ ପରିଡ଼ା, ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ସବ୍‌ଡିଭିଜନ କାମାକ୍ଷାନଗରର ପ୍ରମୋଦ କୁମାର ବେହେରା, ପୁରୀ ଗ୍ରାମ୍ୟ ଉନ୍ନୟନ ବିଭାଗର ଅବସରପ୍ରାପ୍ତ ନିର୍ବାହୀଯନ୍ତ୍ରୀ ବ୍ରଜ ସୁନ୍ଦର ପଟ୍ଟନାୟକ, କଟକ ମହାନଗର ନିଗମର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଖଗେଶ୍ୱର ସ୍ବାଇଁ ଓ ସମ୍ବଲପୁର ରାସ୍ତା ଓ କୋଠାବାଡ଼ି ଡିଭିଜନର ଅବସରପ୍ରାପ୍ତ ଅଧୀକ୍ଷଣ ଯନ୍ତ୍ରୀ ବିବେକାନନ୍ଦ ମହାନ୍ତି।
ବାଧ୍ୟତାମୂଳକ ଅବସର ଦିଆଯାଇଥିବା ୨ ଅଧିକାରୀ ହେଲେ କଳାହାଣ୍ଡି ଜିଲା କୋକସରା ତହସିଲର ରେଭେନ୍ୟୁ ଇନ୍ସପେକ୍ଟର ଈଶ୍ୱରୀ ପ୍ରସାଦ ପୁରୋହିତ ଏବଂ ସେନପୁର ଜିଲା ବୀରମହାରାଜପୁର ତହସିଲର ରେଭିନ୍ୟୁ ଇନ୍ସପେକ୍ଟର ଅରୁଣ କୁମାର ପୁରୋହିତ। ଏହି ଦୁଇ ଅଧିକାରୀ ବହୁବାର ଭିଜିଲାନ୍ସ ହାତରେ ଧରାପଡ଼ି ଜେଲ୍‌ ଯାଇଛନ୍ତି।
ସୂଚନାଯୋଗ୍ୟ, ଗତ ଅଗଷ୍ଟରୁ ଏଯାବତ୍‌ ୭୪ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ ୧୫ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri