ଦୁର୍ନୀତି ବିରୋଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ: ୧୬ ଜଣଙ୍କୁ ଚାକିରିରୁ ବିଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୯ (ବ୍ୟୁରୋ): ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି। ଏ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ସର୍ବଦା ଶୂନ ସହିଷ୍ଣୁତା(ଜିରୋ ଟଲେରାନ୍ସ) ନୀତିକୁ ଗୁରୁତ୍ୱ ଦେଇ ଆସୁଛନ୍ତି। ଦୁର୍ନୀତିରେ ଜଡିତ ଥିବା ୧୬ ଜଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଚାକିରିରୁ ବରଖାସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ୧୬ଜଣ ଅଧିକାରୀଙ୍କ ମଧ୍ୟରୁ ୫ ଜଣ ପ୍ରଧାନ ଶିକ୍ଷକ, ୪ ଜଣ ଇଞ୍ଜିନିୟର, ୨ ଜଣ ରାଜସ୍ବ ନିରୀକ୍ଷକ, ଜଣେ ଫାର୍ମାସିଷ୍ଟ, ଜଣେ ଅମିନ, ଜଣେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏବଂ ୨ ଜଣ କିରାଣି ଅନ୍ତର୍ଭୁକ୍ତ। ଏହିସବୁ ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।
ଚାକିରିରୁ ବରଖାସ୍ତ ହୋଇଥିବା ଅଧିକାରୀମାନେ ହେଲେ ଭୁବନେଶ୍ୱର ଆର ଆଣ୍ଡ ବି ଡିଭିଜନ-୧ର ଡେପୁଟି ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ଜିବେଶ ଚନ୍ଦ୍ର ରଥ, ଦଶପଲ୍ଲା ରୁରାଲ ଓ୍ବାର୍କସର ସହକାରୀ ଯନ୍ତ୍ରୀ ତିରୁପତି ଭେଙ୍କେଟେଶ୍ୱର ପାଣି, କାମାକ୍ଷାନଗର ବ୍ଲକର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ପାତ୍ର, ଯାଜପୁର କ୍ଷୁଦ୍ର ଜଳସେଚନ ଡିଭିଜନର କନିଷ୍ଠ ଯନ୍ତ୍ରୀ ପ୍ରକାଶ ଚନ୍ଦ୍ର ସିଂ, ବଳରାମପୁର ଜଗତସିଂହପୁରର ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଭୟ କୁମାର ବିଶ୍ୱାଳ, ମାଥିଲି ବ୍ଲକର ସରଙ୍ଗପାଲି ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ କପିଳ ଚନ୍ଦ୍ର ନାୟକ, ନବରଙ୍ଗପୁର ପାପଡାହାଣ୍ଡିର ଉଚ୍ଚପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ପାତ୍ର, ପାପଡାହାଣ୍ଡିର ଟିଓଏମଇ ସ୍କୁଲର ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଧର ହରିଜନ, କନ୍ଧମାଳର କୋଟଗଡ ବ୍ଲକ ଏସଇସି ଅଡାରି ନିୟୁ ପ୍ରାଇମେରୀ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ କାହ୍ନୁଚରଣ ଡିଗଲ,କୋଦଳା ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ମଙ୍ଗୁଳ ନାଏକ, ଶାଳପଡା ସ୍ପେଶାଲ ଜମି ଅଧିଗ୍ରହଣ କାର୍ଯ୍ୟାଳୟର ରାଜସ୍ବ ନିରୀକ୍ଷକ ନରହରି ଓଝା, କେନ୍ଦୁଝର ବାସୁଦେବପୁରର ପିଡି(ଆର ଆଣ୍ଡ ଆର)ର ଅମିନ ଶରତ ଚନ୍ଦ୍ର ସେଠୀ, ବୌଦ୍ଧ ପୁରୁଣା କଟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପୂର୍ବତନ ଫାର୍ମାସିଷ୍ଟ ସନ୍ତୋଷ ପଣ୍ଡା, ଇଚ୍ଛାପୁର ହାଇସ୍କୁଲର କନିଷ୍ଠ କିରାଣି ନକୁଳ କୁମାର ଖମାରୀ, ବୌଦ୍ଧ ହରଭଙ୍ଗାର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ବୀରେନ୍ଦ୍ର କୁମାର ପଣ୍ଡା ଏବଂ କୋରାପୁଟ ନନ୍ଦପୁର ବ୍ଲକର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଶାନ୍ତ ଚନ୍ଦ୍ର ନାୟକ।
ଗତ ୧ ମାସ ମଧ୍ୟରେ ରାଜ୍ୟ ସରକାର ଦୁର୍ନୀତି ଅଭିଯୋଗରେ ୩୭ ଜଣ ଅଧିକାରୀଙ୍କୁ ବରଖାସ୍ତ କରିବା ସହିତ ୬ ଜଣଙ୍କର ପେନସନ ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?