ଦୁର୍ବଳ ଅର୍ଥନୀତି ମୁକାବିଲା : ଖଣି ରାଜସ୍ବ ବୃଦ୍ଧି ଲକ୍ଷ୍ୟରେ ରାଜ୍ୟ ସରକାର

ଭୁବନେଶ୍ୱର,୯ା୯(ବ୍ୟୁରୋ): ଦେଶର ଆର୍ଥିକ ସ୍ଥିତିକୁ ଦେଖି ବିଭିନ୍ନ ରାଜ୍ୟ ପଦକ୍ଷେପ ନେବାକୁ ଆରମ୍ଭ କଲେଣି। ଜାତୀୟସ୍ତରରେ ଅଟୋମୋବାଇଲ, ହସ୍ତତନ୍ତ କ୍ଷେତ୍ରରେ ମାନ୍ଦାବସ୍ଥା ଦେଖାଦେଇଛି। ବର୍ତ୍ତମାନ ସିମେଣ୍ଟ ଶିଳ୍ପ ମଧ୍ୟ ଦୁର୍ବଳ ଅର୍ଥନୀତି ଦ୍ୱାରା ପ୍ରଭାବିତ ହେବା ଆରମ୍ଭ କରିଛି। ଓଡ଼ିଶାରେ ଏସବୁ କ୍ଷେତ୍ରରେ ବୃହତ କାରଖାନା ନ ଥିବାରୁ ଏହାର ପ୍ରଭାବ ଏତେଟା ଅନୁଭୂତ ହେଉନାହିଁ। ହେଲେ ଓଡ଼ିଶାର ଅନେକ ଯୁବତୀଯୁବକ ତଥା ଶ୍ରମଶକ୍ତି ବାହାର ରାଜ୍ୟରେ ପ୍ରଭାବିତ ହୋଇଥିବା ଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି। ମାତ୍ର ଏଭଳି ମାନ୍ଦାବସ୍ଥା ପରେ ତାମିଲନାଡୁ, ମହାରାଷ୍ଟ୍ର ଏବଂ ଗୁଜରାଟରେ କାର୍ଯ୍ୟରତ ବ୍ୟକ୍ତିବିଶେଷ ଓଡ଼ିଶା ମୁହଁା ହେଉଥିବା ଜଣାପଡ଼ିଛି। ଅପରପକ୍ଷରେ ରାଜ୍ୟ ସରକାର ଏହି ପରିସ୍ଥିତିରେ ମଧ୍ୟ ନିଜସ୍ବ ରାଜସ୍ବ ବୃଦ୍ଧି ପାଇଁ ଚିନ୍ତା କରୁଛନ୍ତି। ନିକଟରେ ଏ ନେଇ ଓଡ଼ିଶାରେ କାର୍ଯ୍ୟରତ କେନ୍ଦ୍ରୀୟ ଟ୍ୟାକ୍ସ ଅଧିକାରୀ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସହ ଉଚ୍ଚସ୍ତରୀୟ ବୈଠକ କରିଥିବା ଜଣାପଡିଛି। ହେଲେ ଖଣିଜ ସମୃଦ୍ଧ ଥିବା ଓଡ଼ିଶା ଦୁର୍ବଳ ଅର୍ଥନୀତି ଦ୍ୱାରା ପ୍ରଭାବିତ ହେବାର ଆଶଙ୍କା କରାଯାଉଛି। ରାଜ୍ୟ ସରକାରଙ୍କ ଜନୈକ ଅର୍ଥ ବିଭାଗ କର୍ମଚାରୀଙ୍କ କହିବାନୁଯାୟୀ, ସରକାର ଖଣି ଲିଜ୍‌ରୁ ୧୮ ପ୍ରତିଶତ ରୟାଲଟି ସଂଗ୍ରହ କରିବା ପାଇଁ ଚିନ୍ତା କରୁଛନ୍ତି। ବର୍ତ୍ତମାନ ସୁଦ୍ଧା କେତେକ କମ୍ପାନୀ ୫ ପ୍ରତିଶତ ହାରରେ ଟିକସ ଦେଇଥିବାବେଳେ କେତେକ ଆଦୌ ଦେଇନାହାନ୍ତି। କେବଳ ଖଣିଜ କ୍ଷେତ୍ରରୁ ରାଜ୍ୟ ସରକାର ୪୦୦ରୁ ୫୦୦ କୋଟି ଟଙ୍କାର ରାଜସ୍ବ ସଂଗ୍ରହ ଲକ୍ଷ୍ୟ ରଖିଥିବା ସମ୍ପୃକ୍ତ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri