ଦୁର୍ବଳ ନଦୀବନ୍ଧ, ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାକୁ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ଲାଗି ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରି ଚଳିତ ବର୍ଷାଋତୁକୁ ଆଖିଆଗରେ ରଖି ଜିଲାକୁ କିପରି ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରାଯାଇପାରିବ ସେନେଇ ବିସ୍ତୃତ ଆଲୋଚନା କରିଥିଲେ। ବିଶେଷ କରି ଦୁର୍ବଳ ନଦୀବନ୍ଧ, କେନାଲ ଓ ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ ଦିଆଯାଇଥିଲା। ଖରାପ ହୋଇପଡ଼ିଥିବା ବୃଷ୍ଟିପାତ ମାପକ ଯନ୍ତ୍ର, ବିପର୍ଯ୍ୟୟ ସମୟରେ ଟେଲି ଯୋଗଯୋଗ, ବହୁମୁଖୀ ବାତ୍ୟା ଏବଂ ବନ୍ୟା ଆଶ୍ରୟସ୍ଥଳୀ, ପାୱାରବୋଟ୍‌ ଓ ଦେଶୀଡଙ୍ଗା ମରାମତି, ବିପର୍ଯ୍ୟୟର ମୁକାବିଲା ପାଇଁ ଯଥେଷ୍ଟ ପରିମାଣରେ ଖାଦ୍ୟ ଓ ଅତ୍ୟାବଶ୍ୟକ ଔଷଧ ମହଜୁଦ ରଖିବା, ଶୁଦ୍ଧ ପାନୀୟଜଳ ଯୋଗାଣ, ୨୪ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ କରିବା, ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା ବ୍ୟବସ୍ଥା, ବନ୍ୟା ବାତ୍ୟା ପ୍ରଭାବିତ କୃଷିର ଭରଣା, ବିହନ ଓ ସାର ଯୋଗାଣ ପାଇଁ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବାଲେଶ୍ୱରଠାରେ ଓଡ୍ରାଫ ଓ ଏନଡିଆରଏଫ୍‌ ଟିମ୍‌ ମୁତୟନ କରାଯିବା ନିମନ୍ତେ ପଦକ୍ଷେପ ନିଆଯିବା ଏବଂ ନେସ୍କୋ ତରଫରୁ ବିଦ୍ୟୁତ୍‌ ସରବରାହକୁ ସୁବ୍ୟବସ୍ଥିତ କରିବାକୁ ପରାମର୍ଶ ଦିଆଯାଇଛି। ବୈଠକରେ ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଭୋଗରାଇ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଅନନ୍ତ ଦାସ, ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ର, ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ବାଲେଶ୍ୱର ଲୋକସଭା ଏମ୍‌ପିଙ୍କ ପ୍ରତିନିଧି ଉମାକାନ୍ତ ମହାପାତ୍ର, ବାଲେଶ୍ୱର ସଦର ବିଧାୟକଙ୍କ ପ୍ରତିନିଧି ଗୌରାଙ୍ଗ ଚନ୍ଦ୍ର ଦାସଙ୍କ ସମେତ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ଜିଲା ଜରୁରୀକାଳୀନ ଅଧିକାରୀ ରିଜୱାନା କଅକବ, ଓସଡ଼ାମା ଅଧିକାରୀ ଅବନୀକାନ୍ତ ଭୂୟାଁ ପ୍ରମୁଖ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri