ଦୁର୍ବଳ ନଦୀବନ୍ଧ ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୭।୫-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତ୍ତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିବା ବେଳେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜିଲାପାଳ ବିଭିନ୍ନ ବ୍ଲକର ବିଡିଓ, ତହସିଲଦାର ଏବଂ ସହରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କ ସହିତ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ କରାଯାଇଥିବା ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଥିଲେ। ଆଗାମୀ ବର୍ଷା ଋତୁକୁ ଆଖିରେ ରଖି ଜିଲାକୁ କିପରି ଭାବେ ବିପର୍ଯ୍ୟୟରୁ ରକ୍ଷା କରାଯାଇପାରିବ ସେନେଇ ଏଥିରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଦୁର୍ବଳ ନଦୀବନ୍ଧ ଚିହ୍ନଟ ଏବଂ ମରାମତି, କେନାଲ ମରାମତି, ଡ୍ରେନେଜ ସଫେଇ ଆଦି ଉପରେ ଅଧିକାରୀମାନେ ସୂଚନା ଦେଇଥିଲେ। ବନ୍ୟାଜଳ ଅବାଧରେ ଯେପରି ନିଷ୍କାସନ ହୋଇପାରିବ ସେଥିପାଇଁ ଆଗୁଆ ପଦକ୍ଷେପ ନେବାକୁ ନିର୍ବାହୀଯନ୍ତ୍ରୀ ଡ୍ରେନେଜ ଡିଭିଜନକୁ କହିଛନ୍ତି। ବନ୍ୟା ବେଳେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ପାଇଁ ବିଡିଓ ଓ ତହସିଲଦାରମାନେ ମିଳିତ ଭାବେ ନିଜର ଦାୟିତ୍ୱ ସମ୍ପାଦନ କରିବେ ବୋଲି କୁହାଯାଇଛି। ବର୍ତ୍ତମାନ ଜିଲାରେ ୧୨୮ଟି ବହୁମୁଖୀ ବାତ୍ୟା ଏବଂ ବନ୍ୟା ଆଶ୍ରୟସ୍ଥଳୀ କାର୍ଯ୍ୟ କରୁଛି। ସେଥିମଧ୍ୟରୁ କିଛି ଆଶ୍ରୟସ୍ଥଳୀ ବର୍ତ୍ତମାନ କ୍ୱାରାଣ୍ଟାଇନ ସେଣ୍ଟର ଭାବେ ବ୍ୟବହୃତ ହେଉଥିବାରୁ ଏଥିପାଇଁ ଅନ୍ୟତ୍ର ଅସ୍ଥାୟୀ ଆଶ୍ରୟସ୍ଥଳୀ ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜିଲାର ବନ୍ୟାପ୍ରବଣ ସ୍ଥାନଗୁଡ଼ିକରେ ଆଗୁଆଭାବେ ମୋଟର ବୋଟ, ଦେଶୀ ଡଙ୍ଗା, ଉଦ୍ଧାରକାରୀ ଡଙ୍ଗା ମୁତୟନ ପାଇଁ ବ୍ୟବସ୍ଥା କରିବା ପାଇଁ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଡାଛଡା ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଓଭରହେଡ୍‌ ପାଣିଟାଙ୍କି ମରାମତି ଲାଗି ବିଭାଗୀୟ ଅଧିକାରୀଙ୍କୁ କୁହାଯାଇଛି। ଜିଲା ପ୍ରାଣୀଧନ ଚିକିତ୍ସା ବିଭାଗ ଗୃହପାଳିତ ପଶୁପକ୍ଷୀଙ୍କ ସ୍ବାସ୍ଥ୍ୟ ପ୍ରତି ଚିକିତ୍ସାସେବା ଯୋଗାଇଦେବା ପାଇଁ କୁହାଯାଇଛି । ନେସକୋ ତରଫରୁ ବିଦ୍ୟୁତ ସରବରାହକୁ ବ୍ୟବସ୍ଥିତ କରିବାକୁ ପରାମର୍ଶ ଦିଆଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ଜିଲା ଜରୁରୀକାଳୀନ ଅଧିକାରୀ ରିଜୱାନା କଅକବ, ଓସଡ଼ାମା ଅଧିକାରୀ ଅବନୀକାନ୍ତ ଭୂୟାଁ ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

୧-ବାଲେଶ୍ୱର-ଗୁରୁବାର- ବୈଠକରେ ଉପସ୍ଥିତ ଅଧିକାରୀ ଗଣ


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri