ଦୁର୍ବଳ ହେଉଛି ଲଘୁଚାପ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହୋଇଥିବାବେଳେ ଏହା ଘୂର୍ଣ୍ଣିବଳୟରେ ପରିଣତ ହୋଇ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଏବଂ କେନ୍ଦ୍ରୀୟ ଓଡ଼ିଶା ଉପରେ ରହିଛି। କ୍ରମାଗତ ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଥିବାବେଳେ ଏହା ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ସୂଚନା ମିଳିଛି। ଏନେଇ ଶନିବାର ପାଇଁ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଏବଂ ବୌଦ୍ଧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ତୋଫାନ ସହ ଘଡ଼ଘଡ଼ି ଓ ବର୍ଷା ହେବ। ସେହିପରି ଉତ୍ତର ଓଡ଼ିଶା ସମେତ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ସ୍ବଳ୍ପରୁ ମଧ୍ୟମ ଏବଂ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିିଳିଛି।
ଅନ୍ୟପକ୍ଷରେ ଶୁକ୍ରବାର ସକାଳ ସୁଦ୍ଧା ୮ ଜିଲାରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ମୁତାକବ ଭଦ୍ରକରେ ସର୍ବାଧିକ ୧୫୨ମିମି, ପୁରୀରେ ୧୩୪.୯ମିମି, କଟକରେ ୧୩୦.୫ମିମି, ବାଲେଶ୍ୱର ଓ ଯାଜପୁରରେ ୧୨୭.୮ମିମି, ଖୋର୍ଦ୍ଧାରେ ୧୧୬.୮ମିମି, କେନ୍ଦ୍ରାପଡ଼ାରେ ୧୦୪.୬ମିମି ଏବଂ ଜଗତ୍‌ସିଂହପୁରରେ ୧୦୦.୧ ମିମି ବର୍ଷା ରେକର୍ଡ ହୋଇଛି। ତେବେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ସର୍ବାଧିକ ୨୩୯.୪ମିମି ବର୍ଷା ରେକର୍ଡ ହୋଇଛି। ୩ଟି ବ୍ଲକ୍‌ରେ ୨୦୦ମିମିରୁ ଅଧିକ ବର୍ଷା ହୋଇଥିବାବେଳେ ଜଗତ୍‌ସିଂହପୁର, ଖୋର୍ଦ୍ଧା, କଟକ, ବାଲେଶ୍ୱର, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଭଦ୍ରକ, ବଲାଙ୍ଗୀର, ମୟୂରଭଞ୍ଜ ଓ ଗଜପତି ଜିଲାର ୬୧ ବ୍ଲକ୍‌ରେ ୧୦୦ମିମିରୁ ଅଧିକ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁ ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪ଜଣଙ୍କ ଜୀବନହାନି ଘଟିଥିବା ସରକାରୀଭାବେ ଘୋଷଣା କରାଯାଇଛି। ଅନ୍ୟପକ୍ଷରେ ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଝଡ଼ ‘କାୟର୍‌’ ଓମାନ୍‌ ଉପକୂଳ ଆଡ଼କୁ ଗତି କରୁଥିବାବେଳେ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ନାହିଁ। ଓଡ଼ିଶାରେ ବାତ୍ୟାର କୌଣସି ଆଶଙ୍କା ନାହିଁ। ଏହା କେବଳ ଏକ ଗୁଜବ ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା କହିଛନ୍ତି। ୟେଲୋ ଏବଂ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲାଗୁଡ଼ିକର ଜିଲାପାଳମାନଙ୍କୁ ସଜାଗ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri