ଦୁର୍ବଳ ହେଉଛି ଲଘୁଚାପ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହୋଇଥିବାବେଳେ ଏହା ଘୂର୍ଣ୍ଣିବଳୟରେ ପରିଣତ ହୋଇ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଏବଂ କେନ୍ଦ୍ରୀୟ ଓଡ଼ିଶା ଉପରେ ରହିଛି। କ୍ରମାଗତ ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଥିବାବେଳେ ଏହା ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ସୂଚନା ମିଳିଛି। ଏନେଇ ଶନିବାର ପାଇଁ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଏବଂ ବୌଦ୍ଧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ତୋଫାନ ସହ ଘଡ଼ଘଡ଼ି ଓ ବର୍ଷା ହେବ। ସେହିପରି ଉତ୍ତର ଓଡ଼ିଶା ସମେତ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ସ୍ବଳ୍ପରୁ ମଧ୍ୟମ ଏବଂ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିିଳିଛି।
ଅନ୍ୟପକ୍ଷରେ ଶୁକ୍ରବାର ସକାଳ ସୁଦ୍ଧା ୮ ଜିଲାରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ମୁତାକବ ଭଦ୍ରକରେ ସର୍ବାଧିକ ୧୫୨ମିମି, ପୁରୀରେ ୧୩୪.୯ମିମି, କଟକରେ ୧୩୦.୫ମିମି, ବାଲେଶ୍ୱର ଓ ଯାଜପୁରରେ ୧୨୭.୮ମିମି, ଖୋର୍ଦ୍ଧାରେ ୧୧୬.୮ମିମି, କେନ୍ଦ୍ରାପଡ଼ାରେ ୧୦୪.୬ମିମି ଏବଂ ଜଗତ୍‌ସିଂହପୁରରେ ୧୦୦.୧ ମିମି ବର୍ଷା ରେକର୍ଡ ହୋଇଛି। ତେବେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ସର୍ବାଧିକ ୨୩୯.୪ମିମି ବର୍ଷା ରେକର୍ଡ ହୋଇଛି। ୩ଟି ବ୍ଲକ୍‌ରେ ୨୦୦ମିମିରୁ ଅଧିକ ବର୍ଷା ହୋଇଥିବାବେଳେ ଜଗତ୍‌ସିଂହପୁର, ଖୋର୍ଦ୍ଧା, କଟକ, ବାଲେଶ୍ୱର, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଭଦ୍ରକ, ବଲାଙ୍ଗୀର, ମୟୂରଭଞ୍ଜ ଓ ଗଜପତି ଜିଲାର ୬୧ ବ୍ଲକ୍‌ରେ ୧୦୦ମିମିରୁ ଅଧିକ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁ ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪ଜଣଙ୍କ ଜୀବନହାନି ଘଟିଥିବା ସରକାରୀଭାବେ ଘୋଷଣା କରାଯାଇଛି। ଅନ୍ୟପକ୍ଷରେ ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଝଡ଼ ‘କାୟର୍‌’ ଓମାନ୍‌ ଉପକୂଳ ଆଡ଼କୁ ଗତି କରୁଥିବାବେଳେ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ନାହିଁ। ଓଡ଼ିଶାରେ ବାତ୍ୟାର କୌଣସି ଆଶଙ୍କା ନାହିଁ। ଏହା କେବଳ ଏକ ଗୁଜବ ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା କହିଛନ୍ତି। ୟେଲୋ ଏବଂ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲାଗୁଡ଼ିକର ଜିଲାପାଳମାନଙ୍କୁ ସଜାଗ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri