ପୁରୀ ଅଫିସ, ୫।୧: ଜାତୀୟ ଦୁର୍ବିପାକ ପ୍ରଶମନ ବାହିନୀ ପକ୍ଷରୁ ପୁରୀ ଜିଲାରେ ଦୁର୍ବିପାକ ପରିଚାଳନା ଅଭ୍ୟାସ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ଶନିବାର ସର୍କିଟ ହାଉସ୍ରେ ଜିଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ବଙ୍ଗୋପସାଗରୀୟ ବହୁ କ୍ଷେତ୍ରୀୟ ବୈଷୟିକ ଓ ଆର୍ଥିକ ସହଯୋଗ (ବିମ୍ଷ୍ଟେକ) ପକ୍ଷରୁ ଏଥିଲାଗି ଏନ୍ଡିଆରଏଫ୍କୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ। ଆସନ୍ତା ୯,୧୦, ୧୫ ଓ ୧୬ ତାରିଖରେ ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଦୁର୍ବିପାକ ଓ ବୃକ୍ଷରୋପଣ ସଂକ୍ରାନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ। ସେହିଭଳି ୧୭ ଓ ୨୧ ତାରିଖରେ ବିଭିନ୍ନ ଗୋଷ୍ଠୀସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ସଚେତନତା ସୃଷ୍ଟି ନିମନ୍ତେ ଆସନ୍ତା ୨୩ ତାରିଖରେ ମାରାଥନ ଆୟୋଜନ କରାଯିବାକୁ ବୈଠକରେ ସ୍ଥିର ହୋଇଛି। ଏଥିସହ ବିଚ୍ ଭଲିବଲ, ରଙ୍ଗୋଲି, ପଟ୍ଟଚିତ୍ର ପ୍ରତିଯୋଗିତା ଏବଂ ହସ୍ତାକ୍ଷର ଅଭିଯାନର ଆୟୋଜନ କରାଯିବ। ଆସନ୍ତା ୨୮ ତାରିଖରେ ପୁରୀ ଏବଂ ଫେବୃୟାରୀ ୨ତାରିଖରେ ଚନ୍ଦ୍ରଭାଗା ବେଳାଭୂମି ସଫେଇ କରାଯିବ। ଫେବୃୟାରୀ ମାସରେ ମକ୍ଡ୍ରିଲ ସଂକ୍ରାନ୍ତୀୟ ଚୂଡ଼ାନ୍ତ କାର୍ଯ୍ୟକ୍ରମ ଆୟୋଜିତ ହେବ ଏବଂ ଏହାର ତାରିଖ ପରବର୍ତ୍ତୀ ପର୍ଯ୍ୟାୟରେ ଘୋଷଣା କରାଯିବା ନିମନ୍ତେ ଆଲୋଚନା ହୋଇଛି। ଏହି ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଏନ୍ଡିଆରଏଫ୍ ଡିଆଇଜି ମହମ୍ମଦ ମହସିନ, ସିନିୟର କମାଣ୍ଡାଣ୍ଟ ଜାକୋବ କିସ୍ପୋଟା, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଜିଲା ଜରୁରିକାଳୀନ ଅଧିକାରୀ ଇତିଶ୍ରୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ଦୁର୍ବିପାକ ପରିଚାଳନା ଅଭ୍ୟାସ ପ୍ରସ୍ତୁତି ବୈଠକ: ସଚେତନତା ପାଇଁ ୨୩ରେ ମାରାଥନ
Posted inଆମ ଜିଲା ଖବର, ପୁରୀ, ମେଟ୍ରୋ View All
ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…
ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…
Archives

