Posted inଖେଳ

ଦୁଲୀପ ଟ୍ରଫି : ଅଙ୍କିତଙ୍କ ଶତକ ସତ୍ତ୍ୱେ ଇଣ୍ଡିଆ ରେଡ୍‌ ଅଗ୍ରଣୀ

ବେଙ୍ଗାଲୁରୁ, ୨୫।୮:  ଆଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଇଣ୍ଡିଆ ବ୍ଲୁ ବିପକ୍ଷ ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ରେଡ୍‌ ଅଗ୍ରଣୀ ହାସଲ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ରେଡ୍‌ ପ୍ରଥମ ଇନିଂସରେ ୧୨୪ ଓଭରରେ ୨୮୫ ରନ କରି ଆଉଟ ହୋଇଥିଲା। ଜବାବରେ ବ୍ଲୁ ପ୍ରଥମ ଇନିଂସ ଆରମ୍ଭ କରି ଅଙ୍କିତ ବାଓ୍ବନେଙ୍କ ଅପରାଜିତ ଶତକ ସହାୟତାରେ ରବିବାର ତୃତୀୟ ଦିନ ଚା’ପାନ ବିରତି ବେଳକୁ ୮୩.୨ ଓଭରରେ ୨୫୫ ରନ କରି ଅଲଆଉଟ ହୋଇଛି। ଫଳରେ ରେଡ୍‌ ୩୦ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି।
ଦ୍ୱିତୀୟ ଦିନର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୭୪/୩ରୁ ଖେଳ ଆରମ୍ଭ କରି ବ୍ଲୁ ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ଅଙ୍କିତ ବାଓ୍ବେନେ ୧୫ରନରୁ ଖେଳ ଆରମ୍ଭ କରି ୧୨୧ ରନର ଶତକୀୟ ପାଳି ଖେଳି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ସେହିପରି ୬ ରନରୁ ଖେଳ ଆରମ୍ଭ କରି ଅନମୋଲପ୍ରୀତ ସିଂ ୫୬ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ପୂର୍ବରୁ ଓପନର ଋତୁରାଜ ଗାଏକ୍ୱାଡ଼ ୩୭ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ତେବେ ବାକି ୮ ଜଣ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ ସ୍ନେଲ ପଟେଲ, ଜଲାଜ ସାକସେନା, ଦିଓ୍ବେସ ପଠନିଆ, ବାସିଲ ଥମ୍ପି ଖାତା ଖୋଲିପାର ନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାକ ଶୁବମନ ଗିଲ ୯, ରିକି ଭୁଇ ୩, ସୌରଭ କୁମାର ୩, ଅନିକେତ୍‌ ଚୌଧୁରୀ ୮ ରନ କରି ଆଉଟ ହୋଇଥିଲେ। ବୋଲିଂରେ ରେଡ୍‌ ତରଫରୁ ଆଭସ ଖାଁ ସର୍ବାଧିକ ୪, ଜୟଦେବ ଉନାଡ଼କଟ ଓ ଅକ୍ଷୟ ଓ୍ବଖରେ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri