Posted inଖେଳ

ଦୁଲୀପ ଟ୍ରଫି ମ୍ୟାଚରେ ନାଡ଼ା ଡୋପ୍‌ ଟେଷ୍ଟ ଆରମ୍ଭ କରିବ

ନୂଆଦିଲ୍ଲୀ,୧୮।୮(ପି.ଟି.)- ଜାତୀୟ ନିଶା ନିବାରଣ ସଂସ୍ଥା (ନାଡ଼ା) ଆଗାମୀ ଦୁଲୀପ ଟ୍ରଫି ମ୍ୟାଚ୍‌ ଅବସରରେ ଭାରତୀୟ କ୍ରିକେଟରଙ୍କ ଡୋପ୍‌ ଟେଷ୍ଟ ଆରମ୍ଭ କରିବ। ବେଙ୍ଗାଲୁରୁରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସହିତ ଚୁକ୍ତି କରିଥିବା ଖେଳାଳିମାନେ ଡୋପ୍‌ ଟେଷ୍ଟର ସମ୍ମୁଖୀନ ହେବେ। ବିସିସିଆଇର ଦାବି ଅନୁସାରେ ଯୋଗ୍ୟ ଡାକ୍ତର ବା ମେଡିକାଲ ପ୍ରାକ୍ଟିସନରମାନେ ଲିଡ ଡୋପ୍‌ କଣ୍ଟ୍ରୋଲ ଅଫିସର (ଏଲ୍‌ଡିସିଓ) ଭାବେ ଖେଳାଳିଙ୍କ ପରୀକ୍ଷା ନେବେ।
ନିକଟରେ ବିସିସିଆଇ କ୍ରିକେଟ ଅପରେଶନ ଜେନେରାଲ ମ୍ୟାନେଜର ସବା କରିମ ଓ ଆଣ୍ଟି ଡୋପିଂ ୟୁନିଟ୍‌ ମୁଖ୍ୟ ଡଃ ଅଭିଜିତ ସାଲଭି ନାଡ଼ା ଡାଇରେକ୍ଟର ଜେନେରାଲ ନବୀନ ଅଗ୍ରଓ୍ବାଲଙ୍କ କେତେକ ବରିଷ୍ଠ ଅଧିକାରୀଙ୍କୁ ଭେଟିଥିଲେ ଓ ଏ ନେଇ ରୋଡ ମ୍ୟାପ୍‌ ପ୍ରସ୍ତୁତ କରିଥିଲେ। ବିସିସିଆଇ ସହଯୋଗରେ ଦୁଲୀପ ଟ୍ରଫିରୁ ହିଁ ଡୋପ ଟେଷ୍ଟ ଆରମ୍ଭ ହେବ ବୋଲି ନାଡ଼ା ତରଫରୁ ଆନୁଷ୍ଠାନିକ ଭାବେ କୁହାଯାଇଛି। ତେବେ ବେଙ୍ଗାଲୁରୁରେ ଏବେ ଇଣ୍ଡିଆ ବ୍ଲ୍ୟୁ ଓ ଇଣ୍ଡିଆ ଗ୍ରୀନ୍‌ ମଧ୍ୟରେ ଚାଲିଥିବା ଦୁଲୀପ ଟ୍ରଫିର ଉଦ୍‌ଘାଟନୀ ମ୍ୟାଚ୍‌ରେ ଡୋପ୍‌ ଟେଷ୍ଟ କରାଯିବ ନାହିଁ ବୋଲି ଆଶା କରାଯାଉଛି। ଏହା ଆସନ୍ତା ୨୩ ତାରିଖରେ ଆରମ୍ଭ ହେବାକୁ ଥିବା ପରବର୍ତ୍ତୀ ମ୍ୟାଚ୍‌ରେ ଆରମ୍ଭ କରାଯିବ।
ଇତିମଧ୍ୟରେ ବିସିସିଆଇ ପୂରା ଘରୋଇ ସେସନର କାର୍ଯ୍ୟସୂଚୀ ପ୍ରଦାନ କରିଛି। ଫଳରେ ନାଡ଼ା ତା’ର କ୍ରିକେଟ ଟେଷ୍ଟିଂ କ୍ୟାଲେଣ୍ଡର ପ୍ରସ୍ତୁତ କରିବାକୁ ସକ୍ଷମ ହେବ। ଦୁଲୀପ ଟ୍ରଫି ଏବେ ଆରମ୍ଭ ହୋଇସାରିଛି। ଫଳରେ ଡୋପ୍‌ ଟେଷ୍ଟ ଆଗାମୀ ମ୍ୟାଚ୍‌ରେ ହେବ ବୋଲି ଆଶା କରାଯାଉଛି। ତେବେ ଟାର୍ଗେଟ କିମ୍ବା ରାଣ୍ଡମ ଟେଷ୍ଟିଂ କରାଯିବ ସେ ନେଇ କିଛି ସ୍ପଷ୍ଟ କରାଯାଇ ନାହିଁ। କେବଳ ମ୍ୟାଚ୍‌ ଦିନ କେତୋଟି ପରୀକ୍ଷା କରାଯିବ ବୋଲି ସାଲଭି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri