ଦୂତୀଙ୍କୁ ଅର୍ଜୁନ ପୁରସ୍କାର ପାଇଁ ମା’ଙ୍କ ନିବେଦନ

ରସୁଲପୁର, ୧୮।୫ (ଡି.ଏନ୍‌.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଝିଅ ଦୂତୀ ଚାନ୍ଦ ଏବେ ଜଣେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ଆଥ୍‌ଲେଟ। ରାଜ୍ୟ ଓ ଦେଶ ପାଇଁ ସେ ଅନେକ ଗୌରବ ଆଣି ଦେଇଛନ୍ତି। ଲଗାତର ଭାବରେ ସେ ଭଲ ପ୍ରଦର୍ଶନ କରିଆସୁଛନ୍ତି। ତାଙ୍କ ପ୍ରତି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କର ଅକୁଣ୍ଠ ସାହାଯ୍ୟ ଓ ସହଯୋଗ ରହିଛି। ଜାତୀୟ କ୍ରୀଡ଼ା ପୁରସ୍କାର ଅର୍ଜୁନ ପୁରସ୍କାର ପାଇଁ ସେ ହକ୍‌ଦାର ମନେ ହେଉଥିଲେ ମଧ୍ୟ ତାଙ୍କୁ ଏପର୍ଯ୍ୟନ୍ତ ଏହି ସମ୍ମାନ ମିଳି ନ ଥିବାରୁ ଦୂତୀଙ୍କ ମା ଅଖଜୀ ଚାନ୍ଦ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ତାଙ୍କ ଝିଅକୁ ଏହି ପୁରସ୍କାର ମିଳିଲେ ସେ ଭବିଷ୍ୟତରେ ଆହୁରି ଭଲ ପ୍ରଦର୍ଶନ କରିବା ଲାଗି ପ୍ରେରଣା ପାଇବେ ବୋଲି ଏକ ଭିଡିଓ ବାର୍ତ୍ତା ଜରିଆରେ ସେ ସରକାରଙ୍କୁ ନିବେଦନ କରିଛନ୍ତି। ଦୂତୀଙ୍କୁ ଏ ବିଷୟରେ ପଚରାଯିବାରେ ତାଙ୍କ ମା’ ପୁରସ୍କାର ପାଇଁ ନିବେଦନ କରିଥିବା ସମ୍ପର୍କରେ ସେ ଅବଗତ ନୁହଁନ୍ତି ବୋଲି କହିଛନ୍ତି। ତେବେ ସେ କହିଥିଲେ ୨୦୧୮-୧୯ କ୍ରୀଡ଼ା ବର୍ଷରେ ଏହି ପୁରସ୍କାର ପାଇଁ ତାଙ୍କ ନାଁ ଓଡ଼ିଶା ପକ୍ଷରୁ ସୁପାରିସ କରାଯାଇଥିଲା। ମାତ୍ର ବିଳମ୍ବରେ ପଠାଯାଇଥିବାରୁ ତାହା କମିଟି ଦ୍ୱାରା ଗ୍ରହଣୀୟ ହୋଇପାରିଲା ନାହିଁ । ଚଳିତଥର ତାଙ୍କୁ ଏହି ପୁରସ୍କାର ମିଳିବ ବୋଲି ସେ ଆଶାବାଦୀ ଅଛନ୍ତି। ଏହା ସମ୍ଭବ ହେଲେ ସେ ଆହୁରି ଉନ୍ନତ ପ୍ରଦର୍ଶନ କରିବା ଦିଗରେ ଏହା ତାଙ୍କୁ ପ୍ରୋତ୍ସାହିତ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri