Posted inଖେଳ

ଦୂତୀଙ୍କୁ ମିଳିଲା ଭିଜା

ନୂଆଦିଲ୍ଲୀ,୧୦।୮(ପି.ଟି.)- ଦେଶର ଦ୍ରୁତତମ ମହିଳା ଧାବିକା ଦୂତୀ ଚାନ୍ଦଙ୍କୁ ୟୁରୋପ୍‌ ଗସ୍ତ ପାଇଁ ଶେଷରେ ଭିଜା ମିଳିଛି। ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସେ ୟୁରୋପ୍‌ ଗସ୍ତରେ ଯାଇ ଦୁଇଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଥିଲା। ଗୁରୁବାର ଦୂତୀ ଭିଜା ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହାୟତା ଲୋଡିଥିଲେ। ଏଥିରେ କିଛି ସମସ୍ୟା ଥିଲେ ମଧ୍ୟ ଶେଷରେ ଏହାର ସମାଧାନ ହୋଇଛି ଓ ୟୁରୋପ୍‌ ଗସ୍ତ ପାଇଁ ଦୂତୀଙ୍କ ରାସ୍ତା ସଫା ହୋଇଛି। ଭିଜା ମିଳିବା ପରେ ଦୂତୀ ଟୁଇଟି କରି ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦୂତୀ କିଛିଦିନ ତଳେ ବିଶ୍ୱ ୟୁନିଭର୍ସିଟି ଗେମ୍ସରେ ଅଂଶଗ୍ରହଣ କରି ପ୍ରଥମ ଭାରତୀୟ ଭାବେ ସ୍ବର୍ଣ୍ଣ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିଲେ।
ଦୂତୀ ଆସନ୍ତା ୧୩ ତାରିଖରେ ଆୟର୍ଲାଣ୍ଡ ଓ ୧୯ ତାରିଖରେ ଜର୍ମାନୀରେ ଆୟୋଜନ ହେବାକୁଥିବା ରେସ୍‌ରେ ଅଂଶଗ୍ରହଣ କରିବେ। ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ ଫେଡେରେଶନ (ଆଇଏଏଏଫ) ଏହି ଦୁଇଟି ପ୍ରତିଯୋଗିତାକୁ ଅନୁମୋଦନ ଦେଇଛି। ତେବେ ଏହି ପ୍ରତିଯୋଗିତା ପାଇଁ ଭିଜା ମିଳି ନ ଥିବାରୁ ସେ ଟୁଇଟ୍‌ କରି ଜୟଶଙ୍କରଙ୍କୁ ସାହାଯ୍ୟ ମାଗିଥିଲେ। ଗତ ସପ୍ତାହରେ ସେ ଭିଜା ପାଇଁ ଆବେଦନ କରିଥିଲେ ଓ ଶୁକ୍ରବାର ୟୁରୋପ ଗସ୍ତ ଆରମ୍ଭ କରିବା କାର୍ଯ୍ୟକ୍ରମ ଥିଲା। ଉଲ୍ଲେଖଥାଉ କି, ବିଶ୍ୱ ଚାମ୍ପିୟନଶିପ୍‌ କ୍ୱାଲିଫାଇଙ୍ଗ୍‌ ଟାଇମିଙ୍ଗ ହେଉଛି ୧୧.୨୪ ସେକେଣ୍ଡ। ସେହିପରି ୨୦୨୦ ଅଲିମ୍ପିକ୍ସ ଗେମ୍ସ ପାଇଁ କଟ-ଅଫ୍‌ ୧୧.୧୫ ସେକେଣ୍ଡ ରହିଛି। ତେବେ ଦୂତୀ ଗତ ଏପ୍ରିଲ୍‌ରେ ଦୋହାରେ ଅନୁଷ୍ଠିତ ହୋଇଥିବା ଏସିଆନ ଚାମ୍ପିୟନଶିପ୍‌ରେ ୧୧.୨୬ ସେକେଣ୍ଡ ନେଇ ବ୍ୟକ୍ତିଗତ ଭାବେ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ଏବେ ଏଥିରେ ଉନ୍ନତି ଆଣି ସେ ବିଶ୍ୱ ଚାମ୍ପିୟନଶିପ ଓ ଅଲିମ୍ପିକ୍ସ ଯୋଗ୍ୟତା ହାସଲ ଲକ୍ଷ୍ୟରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri