Posted inଖେଳ

ଦୂତୀଙ୍କ ନାମରେ ଆଥଲେଟିକ ଟ୍ରାକ୍‌: ଉଚ୍ଛ୍ବସିତ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୧୭।୭(କ୍ରୀଡ଼ା ପ୍ରତିନିଧି)- ଇଟାଲିର ନାପୋଲିଠାରେ ଅନୁଷ୍ଠିତ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୧୦୦ ମିଟର ରେସ୍‌ରେ ସ୍ବର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ଦୂତୀ ଚାନ୍ଦଙ୍କୁ ମଙ୍ଗଳବାର କିଟ୍‌ ଓ କିସ୍‌ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ସମ୍ପ୍ରତି କିଟ୍‌ରେ ଅଧ୍ୟୟନରତ ଭାରତର ଏହି ସ୍ପ୍ରିଣ୍ଟ କୁଇନ୍‌ଙ୍କ ନାମରେ ଖୁବ ଶୀଘ୍ର ଏକ ଆଥଲେଟିକ ଟ୍ରାକ ନାମିତ ହେବ। ଆଥଲେଟିକ ଟ୍ରାକ କାମ ସମ୍ପୂୂର୍ଣ୍ଣ ହେବା ପରେ ଏହାର ନାମ ‘ଦୂତୀ ଚାନ୍ଦ ଆଥଲେଟିକ ଟ୍ରାକ’ ହେବ ବୋଲି ମଙ୍ଗଳବାର କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରକାଶ କରିଛନ୍ତି। ଏହା ବ୍ୟତୀତ ଭବିଷ୍ୟତରେ ଏଠାରେ ପ୍ରତିଷ୍ଠା କରାଯିବାକୁ ଥିବା ଆଥଲେଟିକ ଏକାଡେମିର ମୁଖ୍ୟ ଭାବେ ଦୂତୀଙ୍କୁ ଅବସ୍ଥାପିତ କରାଯିବ। ଏହା ହେଉଛି ଦୂତୀଙ୍କୁ କିଟ୍‌ ଓ କିସ୍‌ର ସର୍ବଶ୍ରେଷ୍ଠ ଉପହାର ବୋଲି ସେ କହିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଦୂତୀ ଭାରତର ପ୍ରଥମ ଧାବିକା ଭାବେ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ୧୦୦ ମିଟର ଦୌଡ଼ରେ ୧୧.୩୨ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ହାସଲ କରଥିଲେ। ”କିଟ୍‌, କିସ୍‌ ଏବଂ ଅଚ୍ୟୁତ ସାମନ୍ତଙ୍କ ସହଯୋଗ ପାଇଁ ମୁଁ ଆଜି ଏଠାରେ ପହଞ୍ଚତ୍ବା ସମ୍ଭବ ହୋଇପାରିଛି। ଭବିଷ୍ୟତରେ ଓଡ଼ିଶା ତଥା ଦେଶ ପାଇଁ ଆହୁରି ସୁନାମ ଆଣି ପାରିବି ବୋଲି ମୋର ଦୃଢ଼ ଆମତ୍ବିଶ୍ୱାସ ସୃଷ୍ଟି ହୋଇଛି“ ବୋଲି ଦୂତୀ କହିଛନ୍ତି। କାର୍ଯ୍ୟକ୍ରମରେ କିଟ୍‌ର କ୍ରୀଡ଼ା ନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ, ଦୂତୀଙ୍କ କୋଚ ଏନ. ରମେଶ, କିଟ୍‌ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହୃଷିକେଶ ମହାନ୍ତି, କୁଳସଚିବ ଡ. ସସ୍ମିତାରାଣୀ ସାମନ୍ତ ପ୍ରମୁଖ ଉପସ୍ଥିତ ରହି ଦୂତୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri