ଦୂରତା ଚିହ୍ନଟ କଲା ପୋଲିସ

ବଇଣ୍ଡା/ଆଠମଲ୍ଲିକ, ୨୬।୩ (ଡି.ଏନ.ଏ.): କରୋନା ଭାଇରସ୍‌ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି କିଶୋରନଗର ବ୍ଲକ ବଇଣ୍ଡା, ହଣ୍ଡପା ଅଞ୍ଚଳରେ ଗୁରୁବାର ପୋଲିସ ପକ୍ଷରୁ ବିଭିନ୍ନ ଦୋକାନ ସମ୍ମୁଖରେ ଦୂରତା ଚିହ୍ନଟ କରାଯାଇଛି। ହଣ୍ଡପା ଥାନା ଏଏସ୍‌ଆଇ କୁନା ବାରିକ ବଇଣ୍ଡା ଛକର ଫଳ, ତେଜରାତି, ଓମ୍‌ଫେଡ ଦୋକାନ ସମ୍ମୁଖରେ ଏକ ମିଟର ଲେଖାଏ ଦୂରତାର ଚିହ୍ନ ଦେଇଛନ୍ତି। ଅନ୍ୟପକ୍ଷରେ ଆଠମଲ୍ଲିକ ବ୍ଲକ କନ୍ତପଡ଼ା ଓ ମଇମୁରା ପଞ୍ଚାୟତରୁ ୩୦ ଜଣ ଶ୍ରମିକ ତାମିଲନାଡୁରେ ଫସି ରହିଥିବାରୁ ସେମାନଙ୍କୁ ଉଦ୍ଧାର ପାଇଁ ଭାଜପା ନେତା ଭାଗୀରଥି ପ୍ରଧାନ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଆଠମଲ୍ଲିକ ପୋଲିସ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଲୋକଙ୍କୁ ସଚେତନ କରାଯାଉଥିବା ଦେଖିବାକୁ ମିଳୁଛି। ନୟାଗଡ଼ ଜିଲା ସୋରଡ଼ା ଅଞ୍ଚଳର ୬ ଶ୍ରମିକ ପରିବାର ସହ ଏଠାରେ ଅଟକି ଯାଇଥିବାରୁ ସେମାନଙ୍କୁ ଘରକୁ ଫେରାଇ ନେବାରେ ପ୍ରଶାସନ ସହଯୋଗ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri