ଦୂର ହେଲା ଚିନ୍ତା,ଷ୍ଟାର୍ଟଅପ୍‌ଗୁଡ଼ିକ ଏବେ କାମରେ ଲାଗିପଡନ୍ତୁ: ସିବିଡିଟି

ନୂଆଦିଲ୍ଲୀ,୭-୭: ବଜେଟରେ ଆଞ୍ଜେଲ ଟିକସ ସହ ଜଡ଼ିତ ଚିନ୍ତାକୁ ଦୂର କରାଯାଇଛି। ଏଣୁ ଷ୍ଟାର୍ଟଅପ୍‌ଗୁଡ଼ିକ ଏବେ ସମସ୍ତ ନିଜ କାମରେ ଲାଗିପଡନ୍ତୁ ବୋଲି କନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ଶନିବାର କହିଛି। ସିବିଡିଟି ଅଧ୍ୟକ୍ଷ ପି.ସି.ମୋଦି ଗଣମାଧ୍ୟମ ସହ ଆଲୋଚନାକାଳରେ କହିଛନ୍ତି ଯେ, ଷ୍ଟାର୍ଟଅପ୍‌ ସହ ଜଡ଼ିତ ସମସ୍ତ ପୁରୁଣା ବିବାଦ ଓ ପ୍ରସଙ୍ଗକୁ ବିଚାର ଆଲୋଚନା ପ୍ରକ୍ରିୟା ଜରିଆରେ ତଥା ବିଭାଗର ବରିଷ୍ଠ ଅଧିକାରୀଙ୍କ ତତ୍ତ୍ୱାବଧାନରେ ସମାଧାନ କରାଯିବ। ଶୁକ୍ରବାର ନିଜର ପ୍ରଥମ ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଷ୍ଟାର୍ଟଅପ୍‌ଗୁଡ଼ିକ ପାଇଁ ଆଞ୍ଜେଲ ଟିକସ ଓ ପ୍ରମାଣ ପ୍ରଦାନ ସଂକ୍ରାନ୍ତ ବିଷୟର ସମାଧାନ କରିଥିଲେ। ମୋଦି କହିଛନ୍ତି ଯେ, ଡିପିଆଇଆଇଟି(ଉଦ୍ୟୋଗ ଏବଂ ଆଭ୍ୟନ୍ତରୀଣ ସମ୍ପର୍କ ବିଭାଗ) ନିକଟରେ ଷ୍ଟାର୍ଟଅପ୍‌ ସମ୍ପର୍କିତ ଯାହା କିଛି ବିବାଦ ଅଟକି ରହିଥିଲା ଆୟକର ବିଭାଗ ସହ ଆଲୋଚନା ପରେ ସେଗୁଡ଼ିକର ସମାଧାନ କରାଯାଇସାରିଛି। ଷ୍ଟାର୍ଟଅପ୍‌ଗୁଡ଼ିକଙ୍କ ବିରୋଧରେ ଅଭିଯୋଗ ଅଥବା ଅବିଶ୍ୱାସ ଭଳି ପରିବେଶ ଆଉ ଦେଖିବାକୁ ମିଳିବ ନାହିଁ ବୋଲି ତାଙ୍କର ବିଶ୍ୱାସ ଥିବା ମୋଦି କହିଛନ୍ତି। ପୂର୍ବରୁ ଯେଉଁ ମାମଲାଗୁଡ଼ିକର ତଦନ୍ତ ଆରମ୍ଭ ହୋଇଛି ଅଥବା ନୋଟିସ ପଠାଯାଇଛି,ସେଗୁଡିକ ଲାଗି ସ୍ବତନ୍ତ୍ର ନିରୀକ୍ଷଣ ଅଧିକାରୀଙ୍କର ପୂର୍ବରୁ ମଞ୍ଜୁରୀ ନିଆଯାଇଛି ବୋଲି ସେ କହିଛନ୍ତି। ସୂଚନାଥାଉ କି, ଗତ ଏକ ବର୍ଷ ହେବ ଆୟକର ନୋଟିସ ମିଳିବାକୁ ନେଇ ଷ୍ଟାର୍ଟଅପ୍‌ଗୁଡ଼ିକ ଅଭିଯୋଗ କରିଆସୁଛନ୍ତି। ସୂଚନାଥାଉ କି, ଡିପିଆଇଆଇଟି ଅଦ୍ୟାବଧି ୧୯,୬୬୫ ଷ୍ଟାର୍ଟଅପ୍‌କୁ ମାନ୍ୟତା ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?