ଦୂର ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡର ସମସ୍ୟା

କାର୍ଡିଫ,୨୯ା୫- ଦୀର୍ଘ ଦିନ ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡରର ୪ର୍ଥ ସ୍ଥାନରେ କେଉଁ ବ୍ୟାଟ୍ସମ୍ୟାନ ଖେଳିବା ନେଇ ଚାଲିଥିବା ସମସ୍ୟା ଦୂର ହୋଇଛି। ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଲୋକେଶ ରାହୁଲ ଶତକୀୟ ଇନିଂସ ଖେଳି ଟିମ୍‌ ମ୍ୟାନେଜମେଣ୍ଟ ଓ ଅଧିନାୟକ ବିରାଟ କୋହଲିଙ୍କୁ ଭରସା ଦେଇଛନ୍ତି। ୬ ମାସ ପୂର୍ବେ ଖରାପ ଫର୍ମ ଓ ସାଥି ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଏକ ବିବାଦୀୟ ମନ୍ତବ୍ୟ ଦେଇ ଜାତୀୟ କ୍ରିକେଟରୁ ବାସନ୍ଦ ହୋଇଥିଲେ। କିନ୍ତୁ ୨୭ ବର୍ଷୀୟ ବ୍ୟାଟ୍ସମ୍ୟାନ ଭାରତ ଏ’ ପାଇଁ ଦୁଇଟି ଅର୍ଦ୍ଧଶତକୀୟ ଇନିଂସ ଖେଳିବା ପରେ ଆଇପିଏଲରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିଙ୍ଗ୍ସ ଏକାଦଶ ପଞ୍ଜାବ ପାଇଁ ୧୪ ମ୍ୟାଚ୍‌ରୁ ୫୯୩ ରନ୍‌ କରିବା ପରେ ତାଙ୍କୁ ବିଶ୍ୱକପ୍‌ ଦଳରେ ସ୍ଥାନ ମିଳିଥିଲା। ହେଲେ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇବା ନେଇ ନିଶ୍ଚିତ ନ ଥିଲେ। କାରଣ ଦଳରେ ତାଙ୍କୁ ରିଜର୍ଭ ଓପନର ଭାବେ ସାମିଲ କରାଯାଇଥିଲା। ଭାରତୀୟ ଦଳ ମାତ୍ର ୫୦ ରନ୍‌ରେ ଦୁଇ ଓପନରଙ୍କୁ ହରାଇ ସାରିଥିଲା। ଏଭଳି ସ୍ଥିତିରେ ଅଧିନାୟକ କୋହଲିଙ୍କ ସହ ମିଶି ରାହୁଲ ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ। ଟିମ୍‌ ଇଣ୍ଡିଆ ପୁଣି କ୍ରମାଗତ ବ୍ୟବଧାନରେ କୋହଲି ଓ ବିଜୟ ଶଙ୍କରଙ୍କ ଉଇକେଟ ହରାଇଥିଲା। ଏହାପରେ ଭେଟେରାନ ମହେନ୍ଦ୍ର ସିଂ ଧୋନୀଙ୍କ ସହ ରାହୁଲ ଧୈର୍ଯ୍ୟର ସହ ବ୍ୟାଟିଂ କରିଥିଲେ। ସେ ୯୯ ବଲ ଖେଳି ୪ ଛକା ଓ ୧୨ ଚୌକା ସହାୟତାରେ ୧୦୮ ରନ୍‌ କରିଥିଲେ। ଦଳର ଆବଶ୍ୟକ ଥିବାବେଳେ ଏହି ଇନିଂସ ଯୋଗୁ ରାହୁଲଙ୍କ ସ୍ଥାନ ଭାରତୀୟ ଦଳରେ ପ୍ରାୟତଃ ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri