Posted inଖେଳ

ଦୂର ହୋଇନି ଚାନୁଙ୍କ ଆଶଙ୍କା 

ନୂଆଦିଲ୍ଲୀ, ୧୬ା୭ (ପି.ଟି.)- ଭାରତର ଟପ୍‌ ଭରୋତ୍ତୋଳିକା ମୀରାବାଇ ଚାନୁ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ହେଲେ ବର୍ତ୍ତମାନ ପିଠି ଆଘାତଜନିତ ସମସ୍ୟାରୁ ଯଦିଓ ଆରୋଗ୍ୟ ଲାଭ କରିଛନ୍ତି, ତାଙ୍କ ମନରୁ ଆଶଙ୍କା ଦୂର ହୋଇନାହିଁ। ଆସନ୍ତାବର୍ଷ ଟୋକିଓ ଅଲିମ୍ପିକ୍ସ ହେବ। ସେତେ ବେଳେ ଭାର ଉଠାଇବା ବେଳେ ପୁଣି ଏହି ସମସ୍ୟା ଦେଖା ଦେବ ନି ତ ଏକଥା ତାଙ୍କ ମନରେ ଆସୁଛି। ଗତବର୍ଷ ଗୋଲ୍ଡକୋଷ୍ଟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବେଳେ ମୀରାବାଇ ତାଙ୍କ ପିଠିର ନିମ୍ନଭାଗରେ ଯନ୍ତ୍ରଣା ଅନୁଭବ କରିଥିଲେ। ଡାକ୍ତରମାନେ ଏହାର ପ୍ରକୃତ କାରଣ ଠଉରେଇ ପାରି ନ ଥିଲେ। ଫଳରେ ଏହି ୨୪ ବର୍ଷୀୟା ଭାରୋତ୍ତୋଳିକା ସେହିବର୍ଷ ଏସିଆନ ଗେମ୍ସ ଓ ବିଶ୍ୱ ଚାମ୍ପିୟନିପ୍‌ରେ ଅଂଶଗ୍ରହଣ କରିପାରି ନ ଥିଲେ। ମାତ୍ର ଇତିମଧ୍ୟରେ ସେ ଭାରୋତ୍ତୋଳକୁ ପ୍ରତ୍ୟାବର୍ତ୍ତନ କରିବା ସହ ଥାଇଲାଣ୍ଡରେ ଅନୁଷ୍ଠିତ ଇଗାଟ୍‌ କପ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ନିକଟରେ ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଜିତିଛନ୍ତି। ମଣିପୁରର ଏହି ଭାରୋତ୍ତୋଳିକା ସେପ୍ଟେମ୍ବରରେ ହେବାକୁଥିବା ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଏବେ ପ୍ରସ୍ତୁତ ହେଉଛନ୍ତି। ଚାନୁ କହିଛନ୍ତି, ସେ ପିଠିରେ କାହିଁକି ଯନ୍ତ୍ରଣା ଅନୁଭବ କଲେ ତାହା ଜାଣିପାରୁ ନାହାନ୍ତି। ଏକ୍ସରସାଇଜ୍‌ ହେଉ ଅବା ଟେକ୍‌ନିକ୍‌ରେ କୌଣସି ତ୍ରୁଟି ଥିବା ସେ ଅନୁମାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri