ଦୃଷ୍ଟି ଆଢୁଆଳରେ ପରଙ୍ଗବାସୀ

ଛେଣ୍ଡିପଦା, ୭।୧୧(ଡି.ଏନ.ଏ.) ବିନା ମୌଳିକ ସୁବିଧା, ପରିଚୟପତ୍ର ସହ ସରକାରୀ ଯୋଜନାରୁ ବାଦ୍‌ ପଡି ଜୀବନ କାଟୁଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପରଙ୍ଗ ଗ୍ରାମବାସୀ। ଜିଲା ସଦରମହକୁମାଠାରୁ ୧୦ କିମି ଦୂରରେ ଏହି ଗ୍ରାମ ଥିଲେ ମଧ୍ୟ ଏହା ଉପରେ ପ୍ରଶାସନର ଦୃଷ୍ଟି ପଡୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଦୀର୍ଘ ୪୦ ବର୍ଷରୁ ଊର୍ଦ୍ଧ୍ୱ ହେବ ସେଠାରେ ଆଦିବାସୀ ପରିବାର ବସବାସ କରି ଆସୁଥିଲେ ହେଁ ଆଜି ପର୍ଯ୍ୟନ୍ତ ମୌଳିକ ସୁବିଧାରୁ ସେମାନଙ୍କୁ ବାଦ୍‌ ଦିଆଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଯାତାୟାତ ପାଇଁ ରାସ୍ତା, ପିଇବା ପାଣି, ସ୍ବାସ୍ଥ୍ୟଦେବା, ଶିକ୍ଷା ବ୍ୟବସ୍ଥା ଆଦି ପ୍ରତି ସରକାର ଆଦୌ ଧ୍ୟାନ ଦେଉନାହାନ୍ତି। ଫଳରେ ଗ୍ରାମରେ ବାସ କରୁଥିବା ୩୫ ପରିବାରର ୨ଶହରୁ ଊର୍ଦ୍ଧ୍ୱ ଲୋକ ସବୁ ସୁବିଧାରୁ ବଞ୍ଚିତ ହୋଇ ସରକାରଙ୍କ ଦୃଷ୍ଟି ଆଢୁଆଳରେ ରହିଛନ୍ତି। ଅଧିକାଂଶ ଲୋକ ଦିନ ମଜୁରିଆ, ଗରିବ ଶ୍ରେଣୀର ହୋଇଥିବାବେଳେ ସେମାନଙ୍କୁ ସରକାରୀ ଯୋଜନାରେ ସାମିଲ କରାଯାଉ ନ ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଗ୍ରାମରେ ପାନୀୟ ଜଳ ବ୍ୟବସ୍ଥା କରାଯାଇ ନ ଥିବାରୁ ଲୋକେ ନାଳ, ଚୁଆ ପାଣି ଉପରେ ଭରସା କରି ଚଳୁଛନ୍ତି। ଫଳରେ ଗ୍ରାମବାସୀ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଛନ୍ତି। ସେହିପରି ବିଦ୍ୟାଳୟ କିମ୍ବା ଅଙ୍ଗନଓ୍ବାଡି କେନ୍ଦ୍ରଟିଏ ନ ଥିବାରୁ ପିଲାମାନେ ଅନ୍ୟ ଗ୍ରାମରେ ଥିବା ସ୍କୁଲ ଉପରେ ନିର୍ଭରଶୀଳ। ଗ୍ରାମବାସୀ ଆଜି ପର୍ଯ୍ୟନ୍ତ ମଧ୍ୟ ବିଦ୍ୟୁତ୍‌ ସଂଯୋଗ ସୁବିଧା ପାଇବାରୁ ବଞ୍ଚିତ ହୋଇଛନ୍ତି। ଏ ନେଇ ଗ୍ରାମର ନରହରି ସାହୁ କୁହନ୍ତି, ୪୦ ବର୍ଷରୁ ଊର୍ଦ୍ଧ୍ୱ ହେବ ପଥର କ୍ୱାରିରେ କାମ କରିବାକୁ ଆସି ଏଠାରେ ବସତି ସ୍ଥାପନ କରିଆସୁଛୁ। ପ୍ରଶାସନ ବହୁଥର ଆସି ସମସ୍ୟା ଶୁଣିଥିଲେ ମଧ୍ୟ ସମାଧାନ ପାଇଁ କୌଣସି ପଦକ୍ଷେପ ନିଆଯାଇନାହିଁ। ସୁରେଶ ଲାଗୁନ କୁହନ୍ତି, ଆମେ ଅଧିକ ପାଠ ନ ପଢିଥିବାବେଳେ ନିଜ ପିଲାମାନଙ୍କୁ ଶିକ୍ଷିତ କରିବାକୁ ମଧ୍ୟ ସରକାର କୌଣସି ସୁବିଧା କରୁନାହାନ୍ତି। ଏଥିସହ ସରକାରୀ ଯୋଜନାଗୁଡିକରୁ ମଧ୍ୟ ବଞ୍ଚିତ ହେଉଛୁ। ସରକାର ତୁରନ୍ତ ଏ ଦିଗରେ ଦୃଷ୍ଟି ଦିଅନ୍ତୁ। ଏ ସମ୍ପର୍କରେ ବିଡିଓ
ସୁନୀଲ କୁମାର କେରକେଟା କହିଛନ୍ତି, ସମ୍ପୃକ୍ତ ଗ୍ରାମବାସୀ ସରକାରୀ ଓ ଗୋଚର ଜମିରେ ବସବାସ କରୁଛନ୍ତି। ଫଳରେ ସେଠାରେ ସରକାରୀ ଯୋଜନା କାର୍ଯ୍ୟକାରୀ ହୋଇପାରୁନାହିଁ। ତେବେ ଉକ୍ତ ଗ୍ରାମକୁ ଯାଇ ତଦନ୍ତ କରିବା ସହିତ ସେମାନଙ୍କୁ କି ପ୍ରକାର ସରକାରୀ ସହାୟତା ଯୋଗାଯାଇପାରିବ ସେଥିପ୍ରତି ସ୍ବତନ୍ତ୍ର ପଦକ୍ଷେପ ନିଆଯିବ ବୋଲି ବିଡିଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଗଣତନ୍ତ୍ରରେ ଭୋଟର ତାଲିକା

ଭୋଟର ତାଲିକାର ସ୍ବଚ୍ଛତା ହେଉଛି ଏକ ସୁଦୃଢ଼ ଗଣତନ୍ତ୍ରର ମାନଦଣ୍ଡ। ଭାରତୀୟ ସମ୍ବିଧାନର ଧାରା ୩୨୪(୧) ଅନୁଯାୟୀ, ଦେଶରେ ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବାଚନ ପରିଚାଳଣା ସହ…

ସଫଳ ସାହିତ୍ୟ ସ୍ରଷ୍ଟା

ସୃଷ୍ଟିରେ ଜଣେ ସାରସତ୍ତ୍ୱ ସାଧକ ସାହସର ସହ ସମାଜର ବାସ୍ତବ ଚିତ୍ରକୁ ପ୍ରକାଶ କରିଥାଏ। ସାହିତ୍ୟରେ ଅଙ୍ଗୀକାରବଦ୍ଧତା ରହିଲେ, ତାହା ଯାବତୀୟ ସଂଶୟ ଏବଂ ଯାବତୀୟ ବାଡ଼ଠାରୁ…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri