ଦେଉଳିବନ୍ଧ ଉନ୍ନତୀକରଣ କାର୍ଯ୍ୟରେ ବିଳମ୍ବ

ଗୋପାଳପୁର,୯।୬-ରଙ୍ଗେଇଲୁଣ୍ଡା ବ୍ଲକ ରାଳବସ୍ଥିତ ଦେଉଳିବନ୍ଧର ଉନ୍ନତୀକରଣ କାର୍ଯ୍ୟ ଠିକ୍‌ ଭାବେ ହେଉ ନ ଥିବା ଅଭିଯୋଗ ହେଉଛି। ୨୦୧୮ ଡିିସେମ୍ବର ୭ରୁ ଆରମ୍ଭ ହୋଇ ଏହି କାର୍ଯ୍ୟ ୨୦୧୯ ମାର୍ଚ୍ଚ ୧୬ ସୁଦ୍ଧା ସରିବ ବୋଲି ସେଠାରେ ଲାଗିଥିବା ଫଳକରେ ଦର୍ଶାଯାଇଛି । ବ୍ୟୟ ଅଟକଳ ୪୦ ଲକ୍ଷ ଟଙ୍କା ରହିଛି । ତେବେ ଧାର୍ଯ୍ୟ ସମୟର ୩ ମାସ ପରେ ବି ସେଭଳି କିଛି ଆଖିଦୃଶିଆ କାର୍ଯ୍ୟ ହୋଇନାହିଁ । ଅନ୍ୟପକ୍ଷରେ ବନ୍ଧ ମାଟିକୁ ବିକ୍ରି କରାଯାଉଥିବା ଏବଂ ଅଧିକାରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ କାର୍ଯ୍ୟ ବିଳମ୍ବ ହେଉଥିବା ରଙ୍ଗିପୁର ଓ ରାଳବ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଆଉ ଦିନ କେଇଟା ପରେ ମୌସୁମୀ ବର୍ଷା ହେବାକୁ ଥିବା ବେଳେ କାମ ସରିବା ନେଇ ଅନିଶ୍ଚିତତା ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ମାତ୍ର ୩୦ ପ୍ରତିଶତ କାର୍ଯ୍ୟ ସରିଛି । ବନ୍ଧ ମାଟିକୁ ସରକାରୀ କାର୍ଯ୍ୟରେ ବ୍ୟବହାର ପାଇଁ ନିୟମ ରହିଥିଲେ ମଧ୍ୟ ତାହାକୁ ଖୁଲମଖୁଲା ଉଲ୍ଲଂଘନ କରାଯାଉଛି । ସେହିପରି ଯେଉଁ ପରିମାଣରେ ମାଟି ଖୋଳିବା ପାଇଁ ବିଭାଗୀୟ ଚୁକ୍ତିନାମା ରହିଛି ତାହା ପାଳନ କରାଯାଉନାହିଁ । ଉକ୍ତ ବନ୍ଧ ଉପରେ ଦୁଇ ଗ୍ରାମର ଲୋକ ନିର୍ଭର କରୁଛନ୍ତି। ଏପରିକି ଚାଷ ପାଇଁ ମଧ୍ୟ ଏଠାରୁ ପାଣି ନିଆଯାଏ ବୋଲି ଗ୍ରାମବାସୀ କହିଛନ୍ତି। କାର୍ଯ୍ୟରେ ବିଳମ୍ବକୁ ନେଇ ଆଗାମୀ ଦିନରେ ବିଭାଗୀୟ କାର୍ଯ୍ୟାଳୟରେ ଅଭିଯୋଗ କରିବାକୁ ଗ୍ରାମବାସୀ ପ୍ରସ୍ତୁତ ହେଉଛନ୍ତି।
ଏ ନେଇ ସହକାରୀ ଯନ୍ତ୍ରୀ ଅରୁଣ କୁମାର ଶୁକ୍ଲା କହିଛନ୍ତି, ବନ୍ଧକୁ ପ୍ରଥମରୁ ମାପଚୁପ କରାଯାଇଛି । ମାଟି ବିକ୍ରି ସମ୍ପର୍କରେ ଜାଣିନି ବୋଲି ସେ କହିଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri