ଦେଖାଦେଲାଣି ଷ୍ଟେଜ୍‌-୩ ଆଶଙ୍କା, ସାମାଜିକ ସଂକ୍ରମଣକୁ ନେଇ ଅଧିକ ସତର୍କ ହେବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତ ବାଗ୍‌ଚୀ। ଏବେ ଷ୍ଟେଜ୍‌ ୩ ସମ୍ଭାବନା ଦେଖାଯାଉଥିବା ସେ କହିଛନ୍ତି। ପୂର୍ବରୁ ବିଦେଶରୁ ଆସୁଥିବା ବ୍ୟକ୍ତି ସଂକ୍ରମଣର ଶିକାର ହେଉଥିଲେ। କାରଣ ବିଦେଶରୁ ଆସୁଥିବା ବ୍ୟକ୍ତିଙ୍କଠାରେ ସଂକ୍ରମଣର ସମ୍ଭାବନା ଅଧିକ ଥିବା କୁହାଯାଉଥିଲା। ଏବେ ଦିଲ୍ଲୀ, ହରିୟାଣାରୁ ଫେରି ଲୋକେ ସଂକ୍ରମଣର ଶିକାର ହୋଇଛନ୍ତି। ଫଳରେ ସାମାଜିକ ସଂକ୍ରମଣ ହେବା ଆଶଙ୍କା ଦେଖାଦେଇଛି। ଏବେ ଆମକୁ ଅଧିକ ସତର୍କ ହେବାକୁ ପଡ଼ିବ ବୋଲି ବାଗ୍‌ଚୀ କହିଛନ୍ତି।

ପ୍ରକାଶ ଯେ, ଜଣେ ୬୦ ବର୍ଷୀୟ ବ୍ୟକ୍ତି କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିବା ପରେ ଓଡ଼ିଶାରେ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ସେ ମାର୍ଚ୍ଚ ୭ରେ ଦିଲ୍ଲୀ ଯାଇ ୧୦ରେ ଭୁବନେଶ୍ୱର ଫେରିଥିଲେ। ୧୩ତାରିଖରେ ସେ ଅସୁସ୍ଥ ଅନୁଭବ କରିବାରୁ ବିଧାନସଭା ଡିସ୍‌ପେନ୍‌ସାରିକୁ ଚିକିତ୍ସା ପାଇଁ ଯାଇଥିଲେ। ଚିକିତ୍ସା ସତ୍ତ୍ୱେ ସ୍ବାସ୍ଥାବସ୍ଥା ନ ସୁଧୁରିବାରୁ ମାର୍ଚ୍ଚ ୨୧ରେ କର କ୍ଲିନିକ ଯାଇ ୨୩ରେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ୨୪ରେ ସେଠାରୁ ଡିସ୍‌ଚାର୍ଜ ହେବା ପରେ ୨୫ରେ କ୍ୟାପିଟାଲ ହସ୍ପିଟାଲ ଯାଇଥିଲେ। ୨୫ରେ ତାଙ୍କ ନମୂନା ପରୀକ୍ଷଣ ପାଇଁ ଦିଆଯାଇଥିଲା। ଗୁରୁବାର ରାତିରେ ଉକ୍ତ ରିପୋର୍ଟ ଆସିବା ପରେ ସେ କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିଥିବା ବାଗ୍‌ଚୀ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri