ଦେଖିବାକୁ ମିଳିପାରେ ଖିଲାଡି ବୟଙ୍କ ଆଉ ଏକ ଟ୍ୟାଲେଣ୍ଟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟଙ୍କର ରହିଛି ଭିନ୍ନ ଭିନ୍ନ ଟ୍ୟାଲେଣ୍ଟ। ସିରିୟସ, କମେଡି ସିନ୍‌ ସହ ଷ୍ଟଣ୍ଟ କରି ମଧ୍ୟ ଦର୍ଶକଙ୍କ ହୃଦୟ ଜିତି ପାରିଥିବା ଏହି ନାୟକଙ୍କୁ ଏବେ ଭିନ୍ନ ଅବତାରରେ ଦେଖିବାକୁ ମିଳିବ ବୋଲି ଶୁଣିବାକୁ ମିଳିଛି। ଫିଲ୍ମ ‘ହାଉସ୍‌ଫୁଲ୍‌-୪’ରେ ଅକ୍ଷୟ ଆସିବେ ଏକ ଭିନ୍ନ ଟ୍ୟାଲେଣ୍ଟ ନେଇ। ଏଥିରେ ଆଉ ଆକ୍ସନ କି କମେଡି ନୁହେଁ। ର଼୍ୟାପ ମ୍ୟୁଜିକରେ ପରଫର୍ମ କରିବେ ଅକ୍ଷୟ। କଥାଟା ଟିକେ ଅଡୁଆ ଲାଗୁଥିଲେ ବି ସତ ବୋଲି କୁହାଯାଉଛି। ଅବଶ୍ୟ ୨୦୧୩ରେ ସେ ‘ସ୍ପେଶାଲ-୨୬’ରେ କଣ୍ଠଦାନ କରିଥିଲେ। ହେଲେ ଏଥର କିନ୍ତୁ ର଼୍ୟାପ୍‌ ମ୍ୟୁଜିକ୍‌ ନେଇ ସେ ଦର୍ଶକଙ୍କର ନିକଟତର ହେବାକୁ ନିଶ୍ଚୟ ଚେଷ୍ଟା କରିବେ। ଅବଶ୍ୟ ଏହି ଖବର ଆସିବା ପରେ ଅନେକ ପ୍ରଶଂସକ ତାଙ୍କୁ ଛୁପାରୁସ୍ତମ ବୋଲି କହୁଛନ୍ତି। ସେ ଏହି ର଼୍ୟାପ୍‌ ମ୍ୟୁଜିକରେ ଏକା ରହିବେ କି ତାଙ୍କ ସହ ହନି ସିଂ ରହିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଯଦି ଅକ୍ଷୟ ର଼୍ୟାପ୍‌ ଗାଇଲେ ତେବେ ସେ ବଲିଉଡ୍‌ ନାୟକ ରଣବୀର ସିଂଙ୍କୁ ପଛରେ ପକାଇ ଦେବେ ବୋଲି କୁହାଯାଉଛି। କାରଣ ରଣବୀର ‘ଗଲି ବୟ’ରେ ର଼୍ୟାପ୍‌ ମ୍ୟୁଜିକରେ ଦର୍ଶକଙ୍କୁ ମତୁଆଲା କରିଥିଲେ। ଏଥିରୁ ସ୍ପଷ୍ଟ ହେଉଛି ଯେ ମଲ୍ଟି ଟ୍ୟାଲେଣ୍ଟେଡ୍‌ ନାୟକ ଅକ୍ଷୟ କିଛି ନା କିଛି ଭିନ୍ନ କରି ଦର୍ଶକଙ୍କ ନିକଟତର ହେବାରେ ଓସ୍ତାଦ୍‌।


Enter your email to get our daily news in your inbox.

All Right Reserved By Dharitri.Com

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri