ଦେଢ଼ଘଣ୍ଟା ପ୍ରବଳ ବର୍ଷିଲା, କୁଆପଥର ଖସିଲା

ଭୁବନେଶ୍ୱର, ୨୨।୩(ବ୍ୟୁରୋ): ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହୋଇଥିଲା। ଏଥିସହ କେତେକ ସ୍ଥାନରେ ବଜ୍ରପାତ ମଧ୍ୟ ହୋଇଥିଲା। ସକାଳେ ପାଗ ସ୍ବାଭାବିକ ଥିବାବେଳେ ଦିନ ପ୍ରାୟ ସାଢ଼େ ୧୨ଟାବେଳକୁ କଳାହାଣ୍ଡିଆ ବାଦଲ ହଠାତ୍‌ ମାଡ଼ି ଆସିଥିଲା। ପ୍ରଥମେ ସହରର କେତେକ ଅଞ୍ଚଳରେ ଅସରାଏ ଅସରାଏ ବର୍ଷା ହୋଇଥିଲା। ଏହାପରେ ଜୋର୍‌ରେ ବଜ୍ରପାତ ସହ ଅବିରତ ବର୍ଷା ସହରବାସୀଙ୍କୁ ଛାନିଆ କରିଦେଇଥିଲା। କରୋନା ଭାଇରସ୍‌କୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଥିବାବେଳେ ଥଣ୍ଡା ପାଗ ଏହି ଭୟକୁ ଦ୍ୱିଗୁଣିତ କରିଦେଇଥିଲା। ମିଳିଥିବା ସୂଚନାନୁସାରେ, ରାଜଧାନୀର କେତେକ ସ୍ଥାନରେ ଡ୍ରେନ୍‌ ସଫା ହୋଇ ନ ଥିବାରୁ ଓ ନିଷ୍କାସନରେ ବାଧା କାରଣରୁ ବର୍ଷା ପାଣି ରାସ୍ତାରେ ଚାଲିଥିଲା। ମୁଖ୍ୟତଃ ଜନପଥ, କଟକରୋଡ଼, ଆଚାର୍ଯ୍ୟ ବିହାର, ଜୟଦେବ ବିହାର, ବାଣୀବିହାରରୁ ଜୟଦେବ ବିହାର ରୋଡରେ ଘଣ୍ଟା ଘଣ୍ଟା ଧରି ପାଣି ଲହଡି ଭାଙ୍ଗିଥିଲା। ବମିଖାଲ ଓଭରବ୍ରିଜ୍‌ରୁ ଏସ୍‌ପ୍ଲାନେଡ୍‌ ମଲ ପର୍ଯ୍ୟନ୍ତ ରାସ୍ତା ଉପରେ ଘଣ୍ଟାଘଣ୍ଟା ଧରି ଆଣ୍ଠୁଏ ପର୍ଯ୍ୟନ୍ତ ପାଣି ଜମି ରହିଥିଲାବେଳେ ଇସ୍କନ ମନ୍ଦିର ସମ୍ମୁଖରେ ମଧ୍ୟ ଏପରି ସମସ୍ୟା ଦେଖିବାକୁ ମିଳିଥିଲା। ଅନ୍ୟପକ୍ଷରେ ଖୋର୍ଦ୍ଧାରେ କେବଳ ଝଡ଼ତୋଫାନ ହୋଇଥିବାବେଳେ ପୁରୀ ଜିଲାର ଗୋପ ଓ ଅନ୍ୟ କେତେକ ସ୍ଥାନରେ କୁଆପଥର ବୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri