ଦେଢ଼ମାସ ହେଲା ନଳକୂପ ଅଚଳ

ପରଜଙ୍ଗ, ୭।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମାଣିକମରା ପଞ୍ଚାୟତ ଅଧୀନ ସରକିଶୋରପାଳ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପ ଦେଢ଼ମାସ ହେଲା ଅଚଳ ହୋଇପଡ଼ିଛି। ଫଳରେ ଛାତ୍ରୀଛାତ୍ରମାନେ ପାଣି ପାଇଁ ଡହଳବିକଳ ହେଉଛନ୍ତି। ମଧ୍ୟାହ୍ନ ଭୋଜନ ରୋଷେଇରେ ମଧ୍ୟ ସମସ୍ୟା ଉପୁଜୁଛି। ତୁରନ୍ତ ଏହାର ସ୍ଥାୟୀ ପ୍ରତିକାର କରା ନ ଗଲେ ବିଦ୍ୟାଳୟରେ ତାଲା ଝୁଲିବ ବୋଲି ଅଭିଭାବକମାନେ ଚେତାବନୀ ଦେଇଛନ୍ତି।
ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଶତାଧିକ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ହେଲେ ଦୈନିକ ପିଇବା ପାଣି ପାଇଁ ସେମାନେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏ ନେଇ ସ୍କୁଲ କର୍ତ୍ତୃପକ୍ଷ ଏବଂ ପରିଚାଳନା କମିଟି ପକ୍ଷରୁ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ହେଲେ ସମସ୍ୟାର ସ୍ଥାୟୀ ସମାଧାନ ହେଉନାହିଁ। ବିଭାଗ ପକ୍ଷରୁ ବାରମ୍ବାର ଏହାର ମରାମତି କରାଯାଉଥିଲେ ମଧ୍ୟ ନଳକୂପ ପୁଣି ଅଚଳ ହୋଇପଡୁଛି। ଆଗକୁ ପିଲାଙ୍କ ପରୀକ୍ଷା ଥିବାରୁ ଏ ଦିଗରେ ଯତ୍ନବାନ ହେବାକୁ ଅଭିଭାବକ ଏବଂ ଗ୍ରାମବାସୀ ଦାବି କରିଛନ୍ତି।
ଏ ନେଇ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ କନିଷ୍ଠ ଯନ୍ତ୍ରୀ ବିରଜା ଶଙ୍କର ଦାସ କୁହନ୍ତି, ସେ ନୂଆରେ ଦାୟିତ୍ୱ ନେଇଛନ୍ତି। ସେଥିଲାଗି କିଛି ସମସ୍ୟା ସୃଷ୍ଟି ହୋଇଛି। ତେବେ ତୁରନ୍ତ ଅଚଳ ନଳକୂପ ମରାମତି କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri