ଦେଢ଼ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଶାଳ କାଠ ଜବତ: ଚୋରା କାଠ ବେପାରୀ ଫେରାର

ପାଟଣା,୨୧।୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୋରାସ ଗ୍ରାମ ଖମଣ ସାହିର ହୁଡ଼ିରେ ଥିବା ୨୪ଟି ମୂଲ୍ୟବାନ ଶାଳ ଗଛକୁ ଚୋରା କାଠ ବେପାରୀମାନେ କାଟି ନେଇଯିବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ବନ ବିଭାଗ ପହଞ୍ଚି ଶାଳ କାଠ ଜବତ କରିଛି। ମାତ୍ର ବନ ବିଭାଗ ଗାଡ଼ି ଲାଇଟ ଦେଖି ଚୋରା କାଠ ବେପାରୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଗୁରବାର ଦିନ ଦ୍ୱିପ୍ରହରରୁ ଏହି ଗଛ କଟା ଆରମ୍ଭ ହୋଇଥିବା ସମ୍ପର୍କରେ ଡିଏଫ୍‌ଓ କାର୍ଯ୍ୟାଳୟରୁ ସୂଚନା ପାଇ ବନ ବିଭାଗ ଚଢ଼ାଉ କରିଥିଲା। ଜବତ ଶାଳ କାଠଗୁଡ଼ିକୁ ଶୁକ୍ରବାର ୪ଟି ଟ୍ରାକ୍ଟର ଯୋଗେ ପାଟଣା ରେଞ୍ଜ କାର୍ଯ୍ୟାଳୟକୁ ଅଣାଯାଇଛି। ଜବତ କାଠଗୁଡ଼ିକର ଆନୁମାନିକ ମୂଲ୍ୟ ଦେଢ଼ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବିଭାଗୀୟ ଅଧିକାରୀ ପବିତ୍ର ମୋହନ ନାଏକ ପ୍ରକାଶ କରିଛନ୍ତି। ସାହାରପଡ଼ା ବନପାଳ ସୁକୁମାର ଜେନାଙ୍କ ସହ ପାଟଣା, ସାହାରପଡ଼ା ଫାୟାର ଓ ପାରା ସ୍କ୍ବାଡ ଚଢ଼ାଉରେ ସାମିଲ ଥିଲେ। ତେବେ ବାରମ୍ବାର ସମାନ ଢଙ୍ଗରେ ଚୋରା କାଠ ବେପାରୀମାନେ ଜିଲାର ବିଭିନ୍ନ ସ୍ଥାନରେ ଦିନଦ୍ୱିପ୍ରହରରେ ଜଙ୍ଗଲ କାଟି ନେଇ ସଫା କରୁଥିଲେ ହେଁ ବିଭାଗ ସେମାନଙ୍କ ଟେର୍‌ ପାଉନି। ଏହି ବେପାରୀମାନେ ଝାଡ଼ଖଣ୍ଡ ଅଞ୍ଚଳର ୩୦ରୁ ଊର୍ଦ୍ଧ୍ୱ କରତିଆଙ୍କୁ କାଠ କଟା କାର୍ଯ୍ୟରେ ନିୟୋଜିତ କରିଥିବା ଚର୍ଚ୍ଚା ହେଉଛି। ସେମାନଙ୍କ କବଳରୁ ଜଙ୍ଗଲକୁ ବଞ୍ଚାଇବାକୁ ଜିଲା ଆରକ୍ଷୀ ଅଧୀକ୍ଷକ ଓ ବନଖଣ୍ଡ ଅଧିକାରୀଙ୍କ ନେତୃତ୍ୱରେ ମିଳିତ ସ୍ବତନ୍ତ୍ର ସ୍କ୍ବାଡ ଗଠନ ପାଇଁ ପରିବେଶବିତ୍‌ମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri