ଦେଢ଼ ବର୍ଷ ପରେ କବର ତଳୁ କଙ୍କାଳ ଉଦ୍ଧାର

ଜି.ଉଦୟଗିରି,୧୦ା୧୨(ଡି.ଏନ.ଏ.)-ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗରେ କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କୁମ୍ଭାରକୁପାରେ ସୋମବାର ପୋଲିସ ଜଣେ ନାବାଳିକାଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳିକାଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ଜି.ଉଦୟଗିରି ପୋଲିସ ନଂ. ୧୩୧/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।
ପ୍ରକାଶ ଯେ,୨୦୧୮ ଫେବୃୟାରୀ ୧ରେ କୁମ୍ଭାରକୁପା ଗ୍ରାମର ନାବାଳିକା (୧୭)ଙ୍କ ମୃତଦେହ ନିଜ ଘରେ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ବାପା ମା’ଙ୍କ ଅନୁପସ୍ଥିତିରେ ଏହି ଘଟଣା ଘଟିଥିଲା। ଏହାକୁ ଆତ୍ମହତ୍ୟା ସନ୍ଦେହ କରି ସେତେବେଳେ ପରିବାର ଲୋକେ ଖ୍ରୀଷ୍ଟିୟ ରୀତିରେ ମୃତଦେହକୁ କବର ଦେଇଥିଲେ। କିନ୍ତୁ ଝିଅକୁ ନିଜ ଜ୍ୱାଇଁ (ବଡ଼ ଝିଅର ସ୍ବାମୀ) ହତ୍ୟା କରିଥିବା ସନ୍ଦେହ କରି ୨୦୧୮ ମାର୍ଚ୍ଚରେ ବାପା ମାନବାଧିକାର କମିଶନରଙ୍କୁ ଜଣାଇଥିଲେ। କମିଶନର ଓ କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶରେ ଘଟଣାର ତଦନ୍ତ କରାଯାଇଥିଲା। କିନ୍ତୁ ଏଥିରେ ବାପା ସନ୍ତୁଷ୍ଟ ନ ହୋଇ ପୁଣି ମାନବାଧିକାର କମିଶନ ଏବଂ କନ୍ଧମାଳ ଏସ୍‌ପିଙ୍କୁ ଭେଟିଲା ପରେ ତାଙ୍କ ନିର୍ଦ୍ଦେଶରେ ସ୍ଥାନୀୟ ଥାନାରେ ଏତଲା ଦେଇଥିଲେ। ସୋମବାର ଅତିରିକ୍ତ ତହସିଲଦାର ରାକେଶ କୁମାର ପାତ୍ରଙ୍କ ଉପସ୍ଥିତିରେ କବର ଖୋଳି କଙ୍କାଳ ଉଦ୍ଧାର କରାଯାଇଥିଲା। କଙ୍କାଳକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ହସ୍ପିଟାଲ ଫୋରେନସିକ୍‌ ବିଭାଗକୁ ପଠାଯାଇଛି ବୋଲି ଜି.ଉଦୟଗିରି ଏସ୍‌ଡିପିଓ ଜୟକୃଷ୍ଣ ବେହେରା ଓ ଆଇଆଇସି ଧିରଜ କୁମାର ଲେଙ୍କା କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?