ଦେଦରରେ ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ

ଜୁନାଗଡ, ୧।୧୦(ଡି.ଏନ.ଏ.)
କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦେଦର ଗ୍ରାମରେ ସୋମବାର ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେୟାର ଇଣ୍ଡିଆର ତରିନା ପ୍ରକଳ୍ପ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ୨୨ଟି ଗ୍ରାମର ଶହେରୁ ଊର୍ଦ୍ଧ୍ୱ ମହିଳା ଚାଷୀ ଯୋଗଦେଇଥିଲେ। ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଜୁନାଗଡ ଗୋଷ୍ଠୀ କାର୍ଯ୍ୟକ୍ରମ ପ୍ରବନ୍ଧକ (ବିପିଏମ୍‌) ସୁମେଶ୍ୱର ନାଏକ, ଆରଏଣ୍ଡଟିସିପିର ଏସଟିଏସ୍‌ ଉଦିତ ପ୍ରସାଦ ଯୋଷୀ, ଆଇସିଡିଏସ୍‌ ସୁପରଭାଇଜର ବୃନ୍ଦାବତୀ ନାଏକ, କେୟାର ଇଣ୍ଡିଆର ଡିପିଓ ପାର୍ଥ ସାରଥି ମାଝି, ଏଫ୍‌ଓବିସିସି ନିରାକାର ଦଣ୍ଡସେନା, ଏଫ୍‌ଓ କୃଷି ସୁଧାଂଶୁ ଶେଖର ନାଏକ, ରଣଜିତ ସୋନି, ଅସିତ କୁମାର ରାଉତ ପ୍ରମୁଖ ଯୋଗଦେଇ ଅପପୃଷ୍ଟିର କାରଣ ଓ ନିରାକରଣ ଉପରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମକୁ ଏଫ୍‌ଓବିସିସି ତ୍ରିପତୀ ଖୁରା ପରିଚାଳନା କରିଥିବା ବେଳେ ସିଆରପି ସାମନ୍ତ, ବିଶ୍ୱନାଥ, ନରେନ୍ଦ୍ର, ପବିତ୍ର, ବୃନ୍ଦା, ମାଧବୀ, ନିଲେନ୍ଦ୍ରୀ, ତନୟ ସହଯୋଗ କରିଥିଲେ। ବିପ୍ଲବ ଜେନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

୫ରୁ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଲାଞ୍ଜିଗଡ଼,୧୫।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତରେ ସମନ୍ବିତ ଶିଶୁ ବିକାଶ ଯୋଜନା ଫେଲ୍‌ ହୋଇଥିବା ଅଭିଯୋଗ ହେଉଛି। ତ୍ରିଲୋଚନପୁର ପଞ୍ଚାୟତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri