ଦେବକୁଣ୍ଡରେ ପିକ୍‌ନିକ୍‌ ପାର୍ଟିଙ୍କ ଭିଡ଼

ଉଦଳା,୨୬ା୧୨(ଡି.ଏନ୍‌.ଏ.) – ବଡ଼ଦିନ ଉପଲକ୍ଷେ ପର୍ଯ୍ୟଟନସ୍ଥଳୀ ଦେବକୁଣ୍ଡରେ ବୁଧବାର ପିକ୍‌ନିକ୍‌ ପାର୍ଟିଙ୍କ ଭିଡ଼ ଜମିଥିଲା। ଦେବକୁଣ୍ଡର ପ୍ରଥମ ବୁଢାମରା ଗେଟ୍‌ରେ ଇକୋ ଟୁରିଜିମ୍‌ ସହାୟତାରେ ନିର୍ମାଣ ହୋଇଥିବା ପିକ୍‌ନିକ୍‌ ସ୍ଥଳରେ ପ୍ରାୟ ୨ଶହରୁ ଅଧିକ ପକ୍‌ନିକ୍‌ ପାର୍ଟିଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ରାଜ୍ୟର ବିଭିନ୍ନ ପ୍ରାନ୍ତ ସମେତ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ରାଜ୍ୟରୁ ମଧ୍ୟ ପିକ୍‌ନିକ୍‌ ପାର୍ଟି ଏଠାକୁ ଆସୁଛନ୍ତି ା ଏଠାକାର ଘଞ୍ଚ ଜଙ୍ଗଲ ପାହାଡ଼ ପର୍ବତ ଘେରା ମଧ୍ୟରେ ଦେଓ ନଦୀର କୁଳୁକୁଳୁ ନାଦ, ଉଚ୍ଚତମ ପର୍ବତ ଶିଖରରେ ଦେବୀ ଅମ୍ବିକାଙ୍କର ମନ୍ଦିର ରହିଛି। ପ୍ରାକୃତିକ ପରିବେଶ ପର୍ଯ୍ୟଟକ ଏବଂ ପିକ୍‌ନିକ୍‌ ପାର୍ଟିଙ୍କୁ ବେଶ ଆନନ୍ଦ ଯୋଗାଉଛି ା ପକ୍‌ନିକ ସ୍ଥଳରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ନିମନ୍ତେ ଉଦଳା ଥାନା ପୋଲିସ୍‌ ପକ୍ଷରୁ ଅଧିକ କର୍ମଚାରୀ ନିୟୋଜିତ କରାଯାଇଥିବା ଥାନା ଆଇଆଇସି ରୀନା ବେହେରା ସୂଚନା ଦେଇଛନ୍ତି। ତେବେ ଆସନ୍ତା ନୂଆବର୍ଷ ତଥା ଜାନୁୟାରୀ ମାସରେ ଅଧିକରୁ ଅଧିକ ପିକ୍‌ନିକ୍‌ ପାର୍ଟିଙ୍କ ଭିଡ଼ ଲାଗି ରହିବା ସମ୍ଭାବନା ଥିବାରୁ ସ୍ଥାନୀୟ ପୋଲିସ୍‌ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri