ଦେବଗଡରେ ପ୍ରଥମ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ଗାଁ ସିଲ୍‌

ଦେବଗଡ,୨୯ା୪(ଡି.ଏନ.ଏ): ଦେବଗଡ ଜିଲା ତିଲେଇବଣି ବ୍ଲକ ବଲଣ୍ଡା ପଞ୍ଚାୟତ ଅଧୀନ ବାସୁଦେବପୁର(କରଡାଖମଣ)ଗ୍ରାମର ଜଣେ ୩୪ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ଜଣା ପଡିବା ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବାସୁଦେବପୁର ଗ୍ରାମକୁ ସଂଯୋଗ କରୁଥିବା ସମସ୍ତ ପ୍ରବେଶ ପଥକୁ ସିଲ୍‌ କରିଦିଆଯାଇଛି ା ଏଥିସହ ସମସ୍ତ ୩ଟି ଯାକ ରାସ୍ତାକଡରେ ପୋଲିସ ପକ୍ଷରୁ କ୍ୟାମ୍ପ କରାଯାଇଛି। ବାହାରକୁ ନ ବାହାରିବା ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଗ୍ରାମବାସୀଙ୍କୁ ସଚେତନ କରାଯାଉଛି। ୨୭ ତାରିଖରେ ଦେବଗଡ ଜିଲାରୁ ମୋଟ ୬୩ଟି ସ୍ବାବ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ୫୯ଟି ନମୁନା ନେଗେଟିଭ ବାହାରିଥିଲା ା ଅବଶିଷ୍ଟ ୪ଟି ନମୁନା ମଧ୍ୟରୁ ବୁଧବାର ଗୋଟିଏ ନମୁନା ପଜିଟିଭ ବାହାରିଥିବା ବେଳେ ଅନ୍ୟ ୩ଟି ନେଗେଟିଭ ବାହାରିଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ସୂଚନା ମିଳିଛି ା
ଜିଲା ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆକ୍ରାନ୍ତ ଯୁବକ ଜଣକ ପଶ୍ଚିମବଙ୍ଗରେ ଜଣେ ଟ୍ରକ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। କିଛିଦିନ ପୂର୍ବେ ସେ ପଶ୍ଚିମବଙ୍ଗରୁ ନିଜ ଗ୍ରାମ ବାସୁଦେବପୁରକୁ ଫେରିଥିଲେ। ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସି ନିଜର ନାମ ପଞ୍ଜୀକୃତ କରିବା ପରେ ତାଙ୍କର ସ୍ବାବ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଥିଲା ା ଏଥିସହ ତାଙ୍କୁ ହୋମ କରେଣ୍ଟାଇନରେ ରହିବାପାଇଁ ପରାମର୍ଶ ଦିଆଯାଇଥିଲା ା ବୁଧବାର ତାଙ୍କର ନମୁନା ପଜିଟିଭ ଥିବା ଜଣାପଡିବାପରେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲା ସ୍ବସ୍ଥ୍ୟ ବିଭାଗ ପକ୍ଷରୁ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ରାଉରକେଲାସ୍ଥିତ ହାଇଟେକ ମେଡିକାଲକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri