ଦେବଗଡ଼ ଜିଲାସ୍ତରୀୟ ‘ସୁରଭି’: ୧୯୦ ଛାତ୍ରୀଛାତ୍ରଙ୍କ ଅଂଶଗ୍ରହଣ

ଦେବଗଡ, ୯।୧୧(ଡି.ଏନ.ଏ) -ଦେବଗଡ଼ ଇଣ୍ଡୋର ଷ୍ଟାଡିୟମଠାରେ ଶୁକ୍ରବାର ଦେବଗଡ ଜିଲା ସମଗ୍ର ଶିକ୍ଷା ପକ୍ଷରୁ ଜିଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀ ପ୍ରଦୋଷ ନାୟକଙ୍କ ଅଧ୍ୟକ୍ଷତାରେ ସଭା ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭିନସେଣ୍ଟ ପୁନମକାନ୍ତ ଏକ୍କା ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଶକୁନ୍ତଳା ଟେଟେ, ଜିଲା ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷ ରବି ନାରାୟଣ ବଘାର ଓ ଜିଲା ମଙ୍ଗଳ ଅଧିକାରୀ ବନମାଳୀ ଭୂୟାଁ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଜୟ କୁମାର ମିଶ୍ର ମଞ୍ଚାସୀନ ରହିଥିଲେ। ଅତିଥିମାନେ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ବରିଷ୍ଠ ଏବଂ କନିଷ୍ଠ ବର୍ଗରେ ଜଣାଅଜଣା, ଏଲୋକେସନ, ବକ୍ତୃତା, ହସ୍ତାକ୍ଷର, ଶ୍ରୁତଲିଖନ, ଚିତ୍ରାଙ୍କନ, ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେବା ସହ ଭିନ୍ନକ୍ଷମ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଚିତ୍ରାଙ୍କନ ଓ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ା ସେହିପରି ମଧ୍ୟାହ୍ନ ଭୋଜନ ସମ୍ପର୍କୀତ ଚିତ୍ରକଳା ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା ା ପୂର୍ବରୁ ବ୍ଲକ ସ୍ତରରେ ଆୟୋଜିତ ସୁରଭି କାର୍ଯ୍ୟକ୍ରମରେ କୃତିତ୍ୱ ଅର୍ଜନ କରିଥିବା ଜିଲାର ବିଭିନ୍ନ ସ୍କୁଲର ୧୯୦ ଜଣ ଛାତ୍ରୀଛାତ୍ର ଏହି ଜିଲା ସ୍ତରୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଅପରାହ୍ନରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଜୟ କୁମାର ମିଶ୍ର ,ସମ୍ମାନିତ ଅତିଥି ଭାବେ ବାରକୋଟ ବ୍ଲକ ଶିକ୍ଷା ଅଧିକାରୀ ଉସତ ପ୍ରଧାନ, ତିଲେଇବଣି ବ୍ଲକ ଶିକ୍ଷା ଅଧିକାରୀ ସିକରେନ୍ଦ୍ର ଛତ୍ରିଆ ଓ ତିଲେଇବଣି ବ୍ଲକ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ତରଣୀ କୁମାର ପ୍ରଧାନ ଯୋଗଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ। ଏହି ଜିଲାସ୍ତରୀୟ ପ୍ରତିଯୋଗିତାର ବିଭିନ୍ନ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଥିବା ସମଗ୍ର ଶିକ୍ଷା ପକ୍ଷରୁ ସୂଚନା ମିଳିଛି ା ଏହି କାର୍ଯ୍ୟକ୍ରମକୁ ଜିଲା ଶିକ୍ଷା ସଂଯୋଜିକା ଜୟଶ୍ରୀ ଅମାତ୍ୟ ପରିଚାଳନା କରିଥିଲେ। ପ୍ରତିଯୋଗିତା ଗୁଡିକୁ ବାଳିକା ଶିକ୍ଷା ସଂଯୋଜିକା ସୀମାରାଣୀ ପାଣିଗ୍ରାହୀ ଓ ଅନୁସୂଚିତ ଜାତି ଓ ଜନଜାତି ସଂଯୋଜିକା ସୁନୀତା ବଡାଇ ପରିଚାଳନା କରିଥିଲେ ା ଏହି ଅବସରରେ ଶୈକ୍ଷିକ ଉନ୍ନୟନ କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦେବଗଡ ଜିଲାର ୪୫ଟି ବିଦ୍ୟାଳୟକୁ ପ୍ରମାଣପତ୍ର ସହ ଗାରିମାପତ୍ର ପ୍ରଦାନ କରାଯାଇଥିଲା ା ଏଥିମଧ୍ୟରୁ ତିଲେଇବଣି ବ୍ଲକର ୧୮ଟି , ବାରକୋଟ ବ୍ଲକର ୧୪ ଟି ଓ ରିଆମାଳ ବ୍ଲକର ୧୩ଟି ବିଦ୍ୟାଳୟକୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା ା କାର୍ଯ୍ୟକ୍ରମ ଆୟୋଜନରେ ସମଗ୍ର ଶିକ୍ଷା ଅଭିଯାନର କର୍ମଚାରୀ, ବିଭିନ୍ନ କ୍ଲଷ୍ଟରର ସିଆର୍‌ସିସି ଓ ଶିକ୍ଷୟିତ୍ରୀଶିକ୍ଷକ ସକ୍ରିୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri