ଦେବଗଡ଼ ଜିଲାସ୍ତରୀୟ ‘ସୁରଭି’: ୧୯୦ ଛାତ୍ରୀଛାତ୍ରଙ୍କ ଅଂଶଗ୍ରହଣ

ଦେବଗଡ, ୯।୧୧(ଡି.ଏନ.ଏ) -ଦେବଗଡ଼ ଇଣ୍ଡୋର ଷ୍ଟାଡିୟମଠାରେ ଶୁକ୍ରବାର ଦେବଗଡ ଜିଲା ସମଗ୍ର ଶିକ୍ଷା ପକ୍ଷରୁ ଜିଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀ ପ୍ରଦୋଷ ନାୟକଙ୍କ ଅଧ୍ୟକ୍ଷତାରେ ସଭା ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭିନସେଣ୍ଟ ପୁନମକାନ୍ତ ଏକ୍କା ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଶକୁନ୍ତଳା ଟେଟେ, ଜିଲା ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷ ରବି ନାରାୟଣ ବଘାର ଓ ଜିଲା ମଙ୍ଗଳ ଅଧିକାରୀ ବନମାଳୀ ଭୂୟାଁ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଜୟ କୁମାର ମିଶ୍ର ମଞ୍ଚାସୀନ ରହିଥିଲେ। ଅତିଥିମାନେ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ବରିଷ୍ଠ ଏବଂ କନିଷ୍ଠ ବର୍ଗରେ ଜଣାଅଜଣା, ଏଲୋକେସନ, ବକ୍ତୃତା, ହସ୍ତାକ୍ଷର, ଶ୍ରୁତଲିଖନ, ଚିତ୍ରାଙ୍କନ, ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେବା ସହ ଭିନ୍ନକ୍ଷମ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଚିତ୍ରାଙ୍କନ ଓ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ା ସେହିପରି ମଧ୍ୟାହ୍ନ ଭୋଜନ ସମ୍ପର୍କୀତ ଚିତ୍ରକଳା ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା ା ପୂର୍ବରୁ ବ୍ଲକ ସ୍ତରରେ ଆୟୋଜିତ ସୁରଭି କାର୍ଯ୍ୟକ୍ରମରେ କୃତିତ୍ୱ ଅର୍ଜନ କରିଥିବା ଜିଲାର ବିଭିନ୍ନ ସ୍କୁଲର ୧୯୦ ଜଣ ଛାତ୍ରୀଛାତ୍ର ଏହି ଜିଲା ସ୍ତରୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଅପରାହ୍ନରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଜୟ କୁମାର ମିଶ୍ର ,ସମ୍ମାନିତ ଅତିଥି ଭାବେ ବାରକୋଟ ବ୍ଲକ ଶିକ୍ଷା ଅଧିକାରୀ ଉସତ ପ୍ରଧାନ, ତିଲେଇବଣି ବ୍ଲକ ଶିକ୍ଷା ଅଧିକାରୀ ସିକରେନ୍ଦ୍ର ଛତ୍ରିଆ ଓ ତିଲେଇବଣି ବ୍ଲକ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ତରଣୀ କୁମାର ପ୍ରଧାନ ଯୋଗଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ। ଏହି ଜିଲାସ୍ତରୀୟ ପ୍ରତିଯୋଗିତାର ବିଭିନ୍ନ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଥିବା ସମଗ୍ର ଶିକ୍ଷା ପକ୍ଷରୁ ସୂଚନା ମିଳିଛି ା ଏହି କାର୍ଯ୍ୟକ୍ରମକୁ ଜିଲା ଶିକ୍ଷା ସଂଯୋଜିକା ଜୟଶ୍ରୀ ଅମାତ୍ୟ ପରିଚାଳନା କରିଥିଲେ। ପ୍ରତିଯୋଗିତା ଗୁଡିକୁ ବାଳିକା ଶିକ୍ଷା ସଂଯୋଜିକା ସୀମାରାଣୀ ପାଣିଗ୍ରାହୀ ଓ ଅନୁସୂଚିତ ଜାତି ଓ ଜନଜାତି ସଂଯୋଜିକା ସୁନୀତା ବଡାଇ ପରିଚାଳନା କରିଥିଲେ ା ଏହି ଅବସରରେ ଶୈକ୍ଷିକ ଉନ୍ନୟନ କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦେବଗଡ ଜିଲାର ୪୫ଟି ବିଦ୍ୟାଳୟକୁ ପ୍ରମାଣପତ୍ର ସହ ଗାରିମାପତ୍ର ପ୍ରଦାନ କରାଯାଇଥିଲା ା ଏଥିମଧ୍ୟରୁ ତିଲେଇବଣି ବ୍ଲକର ୧୮ଟି , ବାରକୋଟ ବ୍ଲକର ୧୪ ଟି ଓ ରିଆମାଳ ବ୍ଲକର ୧୩ଟି ବିଦ୍ୟାଳୟକୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା ା କାର୍ଯ୍ୟକ୍ରମ ଆୟୋଜନରେ ସମଗ୍ର ଶିକ୍ଷା ଅଭିଯାନର କର୍ମଚାରୀ, ବିଭିନ୍ନ କ୍ଲଷ୍ଟରର ସିଆର୍‌ସିସି ଓ ଶିକ୍ଷୟିତ୍ରୀଶିକ୍ଷକ ସକ୍ରିୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri