ଦେବଦୂତ ସାଜିଛନ୍ତି ଘନଶ୍ୟାମ

ପାଲଲହଡ଼ା, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣ ଭୟରେ ଲୋକେ ଘରୁ ବାହାରୁ ନ ଥିବାବେଳେ ପଶୁ ପକ୍ଷୀ ଓ ଅସହାୟଙ୍କ ପାଇଁ ଦେବଦୂତ ସାଜିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନିଜିଗଡ ପଞ୍ଚାୟତ ପୁରୁଣାଗଉଡ ସାହିର ଘନଶ୍ୟାମ ନାହାର। ଦୋକାନ ବଜାର, ହୋଟେଲ ଆଦି ବନ୍ଦ ଥିବାରୁ ଖାଇବାକୁ ପାଉ ନ ଥିବା ମାନସିକ ବିକାରଗ୍ରସ୍ତ, ଅସହାୟ, ବୁଲା ଗୋରୁ, କୁକୁର ଓ ରାସ୍ତାରୁ ଶସ୍ୟ ସଂଗ୍ରହ କରୁଥିବା ପକ୍ଷୀମାନଙ୍କୁ ସେ ଖାଦ୍ୟ ପ୍ରଦାନ କରୁଛନ୍ତି।
ନିଜିଗଡ ପଞ୍ଚାୟତ କାର୍ଯ୍ୟାଳୟରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାର୍ଯ୍ୟ କରନ୍ତି ଘନଶ୍ୟାମ। ପଞ୍ଚାୟତ ପକ୍ଷରୁ ଲୋକଙ୍କୁ ଜଳଯୋଗାଣ କାର୍ଯ୍ୟରେ ତାଙ୍କୁ ନିୟୋଜିତ କରାଯାଇଛି। ବିଭିନ୍ନ ସମୟରେ ସାମାଜିକ କାର୍ଯ୍ୟ କରି ସେ ଅଞ୍ଚଳରେ ପରିଚିତ ହୋଇଥିବା ବେଳେ ବର୍ତ୍ତମାନ ସ୍ଥିତିରେ ମଧ୍ୟ ସେହି କାମକୁ ଜାରି ରଖିବାରେ ସେ ସଫଳ ହୋଇଛନ୍ତି। ତାଙ୍କ କହିବା ଅନୁଯାୟୀ, ଏବେ ଲୋକେ ଘରୁ ବାହାରୁ ନ ଥିବାରୁ ଅନେକ ପଶୁପକ୍ଷୀଙ୍କୁ ଖାଦ୍ୟ ମିଳିପାରୁ ନାହିଁ। ସେହିପରି ମାନସିକ ବିକାରଗ୍ରସ୍ତ ଓ ଗରିବ ଶ୍ରେଣୀର ଲୋକେ ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଗରିବ ତଥା ଶ୍ରମିକମାନଙ୍କ ପାଇଁ ପଞ୍ଚାୟତ ତରଫରୁ ରନ୍ଧା ଖାଦ୍ୟର ବ୍ୟବସ୍ଥା ହେଉଥିବାରୁ ସେଥିରୁ କିଛି ଖାଦ୍ୟ ଆଣି ଏବଂ ନିଜ ଉଦ୍ୟମରେ କିଛି ଯୋଗାଡ କରି ସହରରେ ବୁଲୁଥିବା କେତେଜଣ ମାନସିକ ବିକାରଗ୍ରସ୍ତଙ୍କ ସହ ବୁଲା କୁକୁର, ଗୋରୁ, ଷଣ୍ଢ, ପକ୍ଷୀଙ୍କୁ ଖାଇବାକୁ ଦେଉଛନ୍ତି। ଆଗକୁ ମଧ୍ୟ ଏହି କାର୍ଯ୍ୟ ଜାରି ରଖିବେ ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟମାନେ ମଧ୍ୟ ଉଦାର ହୋଇ କିଛି ବଳକା ଖାଦ୍ୟ ଅସହାୟଙ୍କୁ ଦେବାକୁ କିମ୍ବା ବାହାରେ ରଖିବାକୁ ଘନଶ୍ୟାମ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri