ଦେବଦୂତ ସାଜିଛନ୍ତି ଘନଶ୍ୟାମ

ପାଲଲହଡ଼ା, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣ ଭୟରେ ଲୋକେ ଘରୁ ବାହାରୁ ନ ଥିବାବେଳେ ପଶୁ ପକ୍ଷୀ ଓ ଅସହାୟଙ୍କ ପାଇଁ ଦେବଦୂତ ସାଜିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନିଜିଗଡ ପଞ୍ଚାୟତ ପୁରୁଣାଗଉଡ ସାହିର ଘନଶ୍ୟାମ ନାହାର। ଦୋକାନ ବଜାର, ହୋଟେଲ ଆଦି ବନ୍ଦ ଥିବାରୁ ଖାଇବାକୁ ପାଉ ନ ଥିବା ମାନସିକ ବିକାରଗ୍ରସ୍ତ, ଅସହାୟ, ବୁଲା ଗୋରୁ, କୁକୁର ଓ ରାସ୍ତାରୁ ଶସ୍ୟ ସଂଗ୍ରହ କରୁଥିବା ପକ୍ଷୀମାନଙ୍କୁ ସେ ଖାଦ୍ୟ ପ୍ରଦାନ କରୁଛନ୍ତି।
ନିଜିଗଡ ପଞ୍ଚାୟତ କାର୍ଯ୍ୟାଳୟରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାର୍ଯ୍ୟ କରନ୍ତି ଘନଶ୍ୟାମ। ପଞ୍ଚାୟତ ପକ୍ଷରୁ ଲୋକଙ୍କୁ ଜଳଯୋଗାଣ କାର୍ଯ୍ୟରେ ତାଙ୍କୁ ନିୟୋଜିତ କରାଯାଇଛି। ବିଭିନ୍ନ ସମୟରେ ସାମାଜିକ କାର୍ଯ୍ୟ କରି ସେ ଅଞ୍ଚଳରେ ପରିଚିତ ହୋଇଥିବା ବେଳେ ବର୍ତ୍ତମାନ ସ୍ଥିତିରେ ମଧ୍ୟ ସେହି କାମକୁ ଜାରି ରଖିବାରେ ସେ ସଫଳ ହୋଇଛନ୍ତି। ତାଙ୍କ କହିବା ଅନୁଯାୟୀ, ଏବେ ଲୋକେ ଘରୁ ବାହାରୁ ନ ଥିବାରୁ ଅନେକ ପଶୁପକ୍ଷୀଙ୍କୁ ଖାଦ୍ୟ ମିଳିପାରୁ ନାହିଁ। ସେହିପରି ମାନସିକ ବିକାରଗ୍ରସ୍ତ ଓ ଗରିବ ଶ୍ରେଣୀର ଲୋକେ ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଗରିବ ତଥା ଶ୍ରମିକମାନଙ୍କ ପାଇଁ ପଞ୍ଚାୟତ ତରଫରୁ ରନ୍ଧା ଖାଦ୍ୟର ବ୍ୟବସ୍ଥା ହେଉଥିବାରୁ ସେଥିରୁ କିଛି ଖାଦ୍ୟ ଆଣି ଏବଂ ନିଜ ଉଦ୍ୟମରେ କିଛି ଯୋଗାଡ କରି ସହରରେ ବୁଲୁଥିବା କେତେଜଣ ମାନସିକ ବିକାରଗ୍ରସ୍ତଙ୍କ ସହ ବୁଲା କୁକୁର, ଗୋରୁ, ଷଣ୍ଢ, ପକ୍ଷୀଙ୍କୁ ଖାଇବାକୁ ଦେଉଛନ୍ତି। ଆଗକୁ ମଧ୍ୟ ଏହି କାର୍ଯ୍ୟ ଜାରି ରଖିବେ ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟମାନେ ମଧ୍ୟ ଉଦାର ହୋଇ କିଛି ବଳକା ଖାଦ୍ୟ ଅସହାୟଙ୍କୁ ଦେବାକୁ କିମ୍ବା ବାହାରେ ରଖିବାକୁ ଘନଶ୍ୟାମ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri