ଦେବାଳିଆ ରିପୋର୍ଟକୁ ଏୟାର ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ,୧୫-୫: ଭାରତର ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଇସ୍ରାଏଲ ମିଡିଆରେ ପ୍ରକାଶ ପାଇଥିବା ଦେବାଳିଆ ଖବରକୁ ଖଣ୍ଡନ କରିଛି। ଏହା ଭିତ୍ତିହୀନ ବୋଲି କମ୍ପାନୀ କହିଛି। ଉଲ୍ଲେଖଥାଉ କି, ବହୁ ସଂଖ୍ୟାରେ ଇସ୍ରାଏଲ ନାଗରିକ ଭାରତ ଆସିବା ପାଇଁ ଏୟାର ଇଣ୍ଡିଆ ବିମାନ ବ୍ୟବହାର କରିଥାନ୍ତି। ଇସ୍ରାଏଲ ମିଡିଆ ଏବଂ କେତେକ ଅନ୍‌ଲାଇନ ଓ୍ବେବ୍‌ପୋର୍ଟାଲରେ ଏୟାର ଇଣ୍ଡିଆ ଦେବାଳିଆ ହେବାର ଦ୍ୱାରଦେଶରେ ବୋଲି ରିପୋର୍ଟ ପ୍ରକାଶ କରାଯାଇଛି। ଇସ୍ରାଏଲ ମିଡିଆରେ ଏୟାର ଇଣ୍ଡିଆ ବିରୋଧରେ ମିଥ୍ୟା ତଥା ଭ୍ରାନ୍ତ ଖବର ପ୍ରଚାର କରାଯାଉଛି। ସେଥିରେ କୁହାଯାଇଛି ଯେ,ଭାରତର ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଉପରେ ଏବେ ପ୍ରାୟ ୧ ବିଲିୟନ ଡଲାରୁ ଅଧିକ ବକେୟା ଋଣ ରହିଛି। ଏୟାର ଇଣ୍ଡିଆ ଟିକେଟ ବୁକ୍‌ କରିଥିବା ଇସ୍ରାଏଲ ନାଗରିକଙ୍କୁ ସ୍ଥାନୀୟ ମିଡିଆ ସତର୍କ କରି କହିଛି ଯେ, ସେମାନେ ନିଜର ଅର୍ଥ ଫେରିପାଇବା ଲାଗି ଏବେ ଠାରୁ ଉଦ୍ୟମ କରନ୍ତୁ। ରାଜଧାନୀ ତେଲ୍‌ ଆବିବ୍‌ସ୍ଥିତ ଏୟାର ଇଣ୍ଡିଆର କାର୍ଯ୍ୟାଳୟରୁ ବୟାନ ଜାରି କରାଯାଇ ଏଭଳି କଳ୍ପନାଜଳ୍ପାନକୁ ଖଣ୍ଡନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri