ଦେବାଶିଷଙ୍କୁ ଘାରିଛି ପରିବେଶ ଚିନ୍ତା: ଶିକ୍ଷା ସହିତ ବୃକ୍ଷରୋପଣ ଉଦ୍ୟମ

ଆନନ୍ଦପୁର,୨୩। ୯(ସ୍ବ.ପ୍ର.)- ଛାତ୍ର ଜୀବନରେ ଜଣେ ଦକ୍ଷ ସଂଗଠକ ଭାବେ ବେଶ ପରିଚିତ୍‌ ଲାଭ କରିଛନ୍ତି ଶିକ୍ଷାବିତ୍‌ ଦେବାଶିଷ। ଏବେ ଦେବାଶିଷଙ୍କୁ ଘାରିଛି ପରିବେଶ ଚିନ୍ତା। ସମ୍ପ୍ରତି ସମାଜରେ ପରିବେଶ ପ୍ରଦୂଷଣର ହାର ବୃଦ୍ଧି ପାଇବାକୁ ବସିଥିବାବେଳେ ବିଶ୍ୱ ତାପାୟନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ସନ୍ତୁଳିତ କରିବାକୁ ହେଲେ ପ୍ଲାଷ୍ଟିକ୍‌ ମୁକ୍ତ ସମାଜ ଏବଂ ବ୍ୟାପକ ବୃକ୍ଷରୋପଣର ଆବଶ୍ୟକତା ରହିଛି। ଏଥିପାଇଁ ସରକାରୀ ସ୍ତରରେ ମଧ୍ୟ ତପତ୍ରତା ପ୍ରକାଶ ପାଇଛି। ହେଲେ ସରକାରୀ ତପତ୍ରତା କାଗଜ କଲମରେ ଠିକ୍‌ ରହିଥିବାବେଳେ ପ୍ରକୃତ ପକ୍ଷେ ଏହାର ସଫଳ ରୂପାୟନ ହୋଇପାରୁନି। ଫଳରେ ବହୁ ସମୟରେ ବିଭିନ୍ନ ସ୍ଥାନରେ ବହୁ ସ୍ବେଚ୍ଛାସେବୀ ସଂଗଠନ, ବ୍ୟକ୍ତି ବିଶେଷ ବୃକ୍ଷରୋପଣକୁ ପ୍ରାଧାନ୍ୟ ଦେଇ ଆସୁଛନ୍ତି। ସେହିଭଳି ଏକ ନିଆରା ମଣିଷ ହେଉଛନ୍ତି ଶିକ୍ଷାବିତ୍‌ ଦେବାଶିଷ ପଣ୍ଡା।
ଘସିପୁରା ବ୍ଲକ ଅନ୍ତର୍ଗତ ଭଣ୍ଡାରିଡିହା ଗ୍ରାମର ଦେବାଶିଷ ଏବେ ହରିଚନ୍ଦ୍ରପୁର ବ୍ଲକ ଶଗଡପଟା ଶିକ୍ଷା ସର୍କଲ ଦାନ୍ତୁଆଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ ଭାବେ କାର୍ଯ୍ୟ କରୁଛନ୍ତି। ତେବେ ବୃକ୍ଷରୋପଣ ମାଧ୍ୟମରେ କିପରି ପରିବେଶକୁ ସନ୍ତୁଳିତ ରଖାଯାଇପାରିବ ସେଥିପାଇଁ ସେ ଉଦ୍ୟମ ଆରମ୍ଭ କରିଛନ୍ତି। ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ବୃକ୍ଷରୋପଣ ପାଇଁ ପ୍ରୋତ୍ସାହିତ କରିବା ସହିତ ନିଜେ ବୃକ୍ଷରୋପଣ ପାଇଁ ଅଣ୍ଟା ଭିଡିଛନ୍ତି। ଏତଦ୍‌ବ୍ୟତୀତ ବିଭିନ୍ନ ଗ୍ରାମକୁ ଯାଇ ଯୁବପିଢିଙ୍କୁ ମଧ୍ୟ ବୃକ୍ଷରୋପଣ କରିବା ପାଇଁ ଆହ୍ବାନ ଦେଉଛନ୍ତି। ବୃକ୍ଷରୋପଣ ସହିତ ତାହାର ସୁରକ୍ଷା ପାଇଁ ମଧ୍ୟ ସେ ଉଦ୍ୟମ ଜାରି ରଖିଛନ୍ତି। ସେ ଅଦ୍ୟାବଧି ଶହେରୁ ଊର୍ଦ୍ଧ୍ୱ ବୃକ୍ଷରୋପଣ କରି ସେଗୁଡିକର ଯତ୍ନ ନେଉଛନ୍ତି। ତାଙ୍କର ଏଭଳି ଉଦ୍ୟମ ପାଇଁ ସମସ୍ତଙ୍କ ଠାରେ ସେ ପ୍ରଶଂସାର ପାତ୍ର ହୋଇପାରିଛନ୍ତି। ଆଗାମୀ ଦିନରେ ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ଉଦ୍ୟମ ଜାରି ରଖିବେ ବୋଲି ଦେବାଶିଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri