Posted inଫୁରସତ

ଦେବୀଙ୍କ ପାଖରେ ଲାଗି ହୁଏ ମଟନ୍‌ ବିରିୟାନୀ…

ମନ୍ଦିରରେ ଦେବାଦେବୀଙ୍କୁ ବିଭିନ୍ନ ଭୋଗ ଲାଗି ହୋଇଥାଏ। ତେବେ ତାମିଲନାଡୁରେ ଥିବା ମାତା ମୁନିୟାନ୍ଦୀଙ୍କ ମନ୍ଦିରରେ ଶ୍ରଦ୍ଧାଳୁ ବିରିୟାନୀ ଭୋଗ ଲାଗି କରାଇଥାନ୍ତି। ମଦୁରାଇ ଜିଲାର ଓ୍ବଡ଼କ୍କମ୍‌ ପଟ୍ଟି ଗାଁରେ ଏହି ମନ୍ଦିର ରହିଛି। ବର୍ଷରେ ଥରେ ଦେବୀଙ୍କ ପାଖରେ ଏକ ନିଦ୍ଦିଷ୍ଟ ଉତ୍ସବରେ ବିରିୟାନୀ ଲାଗି ହୋଇଥାଏ। ଏହି ଉତ୍ସବ ଏଠାରେ ୧୯୭୩ଠାରୁ ପାଳିତ ହୋଇଆସୁଛି। ଏକ ବିରିୟାନୀ ହୋଟେଲ ମାଲିକ ଗୁରୁ ସ୍ବାମୀ ନାଇଡୁ ଏହାର ଆରମ୍ଭ କରିଥିଲେ। ସେ ତାଙ୍କ ହୋଟେଲ ନାମ ମୁନିୟାନ୍ଦୀ ରଖିଥିଲେ। ଭଲ କାରବାର ହେବାରୁ ସେ ମାତାଙ୍କଠାରେ ପ୍ରତିବର୍ଷ ବିରିୟାନୀ ଲାଗି କରିବାକୁ ମାନସିକ କରିଥିଲେ। ପରବର୍ତ୍ତୀ ସମୟରେ ବିଭିନ୍ନ ହୋଟେଲ ମାଲିକମାନେ ଏହି ଉତ୍ସବର ଆୟୋଜନ ମିଳିତ ଭାବେ କରୁଛନ୍ତି। ଚଳିତବର୍ଷ ଏଠାରେ ୨ କ୍ୱିଣ୍ଟାଲ ଚାଉଳ, ଶହେ ଛେଳି, ୬ ଶହ କୁକୁଡାରେ ବିରିୟାନୀ ପ୍ରସ୍ତୁତ କରାଯାଇଥିଲା। ଏହାକୁ ପୂଜା ପରେ ୮ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri