Posted inରାଜ୍ୟ

ଦେବୋତ୍ତର ବିଭାଗର ଅବହେଳା ଅଭିଯୋଗ: ବିଳମ୍ବରେ ହେଲା ପହଣ୍ଡି ବିଜେ, ରାତିରେ ଛେରାପହଁରା

ରଣପୁର,୧୩ା୭(ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁରରେ ବାହୁଡାଯାତ୍ରା ଅବସରରେ ଶୁକ୍ରବାର ଜନ୍ମବେଦୀରୁ ଶ୍ରୀଜୀଉମାନେ ରତ୍ନବେଦୀ ଅଭିମୁଖେ ବିଜେ କରିବେ। ତେବେ ବର୍ଷା ବାଧକ ସାଜିବାରୁ ନିର୍ଦ୍ଧାରିତ ସମୟଠାରୁ ୫ ଘଣ୍ଟା ବିଳମ୍ବରେ ମହାପ୍ରଭୁଙ୍କ ପହଣ୍ଡି ବିଜେ ପରେ ରାତି ହେବା ଯୋଗୁ ରଥଟଣା କାର୍ଯ୍ୟ ବନ୍ଦ ରହିଥିଲା । ସୂଚନାଯୋଗ୍ୟ, ଗୋଟିଏ ଦିନରେ ଏକାଦଶୀ ଓ ବାହୁଡ଼ା ପଡ଼ୁଥିବାରୁ ଅଧିକ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଥିଲା। ଗୁଣ୍ଡିଚା ମନ୍ଦିରରେ ପ୍ରଭାତ ସମୟରୁ ଅବକାଶ, ବଲ୍ଲଭ, ସକାଳ ଧୂପ ଆଦି ଶ୍ରୀଜୀଉଙ୍କ ସମସ୍ତ ନୀତିକାନ୍ତି ସମାପ୍ତ ହୋଇଥିଲା । ତେବେ ଦେବୋତ୍ତର ବିଭାଗ, ଶ୍ରୀମନ୍ଦିର ପ୍ରଶାସନର ଅବହେଳା ଯୋଗୁ ନିର୍ଦ୍ଧାରିତ ସମୟ ଅର୍ଥାତ୍‌ ପୂର୍ବାହ୍ନ ୧୧ଟାରେ ମହାପ୍ରଭୁଙ୍କ ପହଣ୍ଡି ବିଜେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇପାରି ନ ଥିଲା। ଅପରାହ୍ନ ୫ଟା ପରେ ଘଣ୍ଟଘଣ୍ଟା, କାହାଳୀ, ହରିବୋଲ ଓ ହୁଳହୁଳି ଶବ୍ଦ ମଧ୍ୟରେ ଗୁଣ୍ଡିଚା ମନ୍ଦିରରୁ ମହାପ୍ରଭୁଙ୍କ ପହଣ୍ଡି କାର୍ଯ୍ୟ ଆରମ୍ଭ ହୋଇଥିଲା । ପୂଜାପଣ୍ଡାମାନେ ତିନି ଠାକୁରଙ୍କୁ ରଥ ଉପରେ ବିରାଜ କରାଇଥିଲେ । ଛେରାପହଁରା ପାଇଁ ଦେବୋତ୍ତର ବିଭାଗ କର୍ମକର୍ତ୍ତା ଏବଂ ପୂଜାପଣ୍ଡା ରଣପୁର ରାଜା ଦିଲୀପ କୁମାର ସିଂଦେଓଙ୍କୁ ନିମନ୍ତ୍ରଣ କରିଥିଲେ । ମଧ୍ୟାହ୍ନ ୧୨ଟାରେ ଛେରାପହଁରା ହେବାକୁ ଥିବାବେଳେ ରାତ୍ର ୭ଟାରେ ୩ ରଥରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ନିୟମାନୁସାରେ ସନ୍ଧ୍ୟାବେଳେ ସାଧାରଣ ବାସଗୃହରେ ମଧ୍ୟ ମହିଳାମାନେ ଝାଡୁ ମାରୁ ନ ଥିବାବେଳେ ରଥରେ ଏଭଳି ଏକ ନୀତି ବିରୋଧ ସମୟରେ କିଭଳି ଛେରାପହଁରା କରାଯାଇପାରିଲା ସେ ନେଇ ସାଧାରଣରେ ପ୍ରଶ୍ନବାଚୀ ଓ ଅସନ୍ତୋଷ ସୃଷ୍ଟି ହୋଇଥିଲା। ଛେରାପହଁରା ବେଳେ ବର୍ଷା ମଧ୍ୟ ଆରମ୍ଭ ହୋଇଯାଇଥିଲା । ମନ୍ଦିର ପ୍ରଶାସନ ତରଫରୁ ଅପରାହ୍ନ ୨ଟାରେ ରଥଟଣା କାର୍ଯ୍ୟ ହେବ ବୋଲି ଘୋଷଣା କରାଯାଇଥିବାବେଳେ ଏଥିରୁ କିଭଳି ବ୍ୟତିକ୍ରମ ଘଟିଥିଲା ସେଥିପାଇଁ ପରିଚାଳନା ବ୍ୟବସ୍ଥାକୁ ଅନେକ ଦାୟୀ କରିଥିଲେ। ହଜାର ହଜାର ଭକ୍ତ ରଥ ଟାଣିବାକୁ ଦୀର୍ଘ ସମୟ ଧରି ଅପେକ୍ଷା କରିଥିବାବେଳେ ବିଳମ୍ବ ଯୋଗୁ ରଥଟଣା କାର୍ଯ୍ୟ ବନ୍ଦ ରହିବାରୁ ନିରାଶ ହୋଇ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?