Posted inଜାତୀୟ

ଦେଶକୁ ନୁହେଁ, ଆଇନକୁ ବିରୋଧ

ନୂଆଦିଲ୍ଲୀ,୧୯।୧୨(ପି.ଟି.): ବିବାଦୀୟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧୀ ବିକ୍ଷୋଭ ଥମିବାର ନଁା ନେଉନାହିଁ। ଦିଲ୍ଲୀ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ (ଜେଏମ୍‌ଆଇୟୁ) ଛାତ୍ରୀଛାତ୍ର ବୁଧବାର କ୍ୟାମ୍ପସ୍‌ର ଗେଟ୍‌ ନମ୍ବର ୭ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନଙ୍କ ସହ ସ୍ଥାନୀୟ ଲୋକେ ମଧ୍ୟ ସାମିଲ ହୋଇଛନ୍ତି। ବିକ୍ଷୋଭକାରୀମାନେ ହାତରେ ଭାରତର ଏକ ବିଶାଳ ମାନଚିତ୍ର ଧରି ରାସ୍ତାକୁ ଓହ୍ଲାଇଥିଲେ। ସିଏଏ ପ୍ରତ୍ୟାହାର ଦାବିରେ ସେମାନେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, କେନ୍ଦ୍ର ସରକାର ଓ ଦିଲ୍ଲୀ ପୋଲିସ ବିରୋଧରେ ସ୍ଲୋଗାନ ଦେଇଥିଲେ। ଆମେ ଜିତିବୁ କି ହାରିବୁ ତାହା ଆମକୁ ଜଣାନାହିଁ। କିନ୍ତୁ ଲଢ଼େଇ ଜାରି ରହିବ ବୋଲି ଜଣେ ଛାତ୍ର ଉଦ୍‌ବୋଧନ ଦେଇଥିଲେ। ଅପରାହ୍ନ ଗୋଟାଏରେ ଆଖପାଖର ସ୍କୁଲ ଛାତ୍ରୀଛାତ୍ର ଓ ଅନ୍ୟ ବର୍ଗର ଲୋକେ ଏଥିରେ ସାମିଲ ହେବା ପରେ ବିକ୍ଷୋଭ ଜୋର୍‌ ଧରିଥିଲା। ବିକ୍ଷୋଭକାରୀଙ୍କ ମଧ୍ୟରେ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ଛାତ୍ର ସଂସଦର ପୂର୍ବତନ ଅଧ୍ୟକ୍ଷ କହ୍ନେୟା କୁମାର ଏବଂ ସାମାଜିକ କର୍ମୀ ମେଧା ପାଟକର ଥିଲେ। ଜାମିଆ ଶିକ୍ଷକ ସଂଘ ମଧ୍ୟ ଏକ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା କରିଥିଲା। ଏଥିରେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଉଚ୍ଚଶିକ୍ଷାନୁଷ୍ଠାନର ୫୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଗବେଷଣା ଛାତ୍ର ପ୍ଲାକାର୍ଡ ଧରି ସ୍ଲୋଗାନ ଦେଉଥିଲେ, ‘ଆମେ ସିଏଏ ବିରୋଧୀ କିନ୍ତୁ ଦେଶ ବିରୋଧୀ ନୋହୁଁ। ’


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri