‘ଦେଶପ୍ରେମର ଅଲିଭା ଦୀପ ବାଘାଯତୀନ’

ବାଲେଶ୍ୱର ଅଫିସ,୧୧।୯-ଭାରତକୁ ସ୍ବାଧୀନତା ମିଳିବାରେ ଅହିଂସା ଆନ୍ଦୋଳନ ସହିତ ସଶସ୍ତ୍ର ଆନ୍ଦୋଳନର ଭୂମିକା କିଛି କମ୍‌ ନ ଥିଲା। ଏଥିପାଇଁ ମାତୃଭୂମିର ବହୁ ବୀରପୁତ୍ର ପ୍ରାଣବଳି ଦେଇଛନ୍ତି। ବିପ୍ଲବୀ, କ୍ରାନ୍ତିବୀର ବାଘାଯତୀନ ସେହିଭଳି ଦେଶପ୍ରେମର ଏକ ଅଲିଭା ଦୀପ। ନେତାଜୀଙ୍କ ଭଳି ସେ ସଶସ୍ତ୍ର ସ୍ବାଧୀନତା ସଂଗ୍ରାମର ଜଣେ ପ୍ରମୁଖ କର୍ଣ୍ଣଧାର ଥିଲେ ବୋଲି ବାଘାଯତୀନଙ୍କ ୧୦୪ତମ ଶହୀଦ ଦିବସରେ ଅତିଥିମାନେ ମତ ଦେଇଛନ୍ତି।
ମଙ୍ଗଳବାର ଥିଲା ଶହୀଦ ବାଘାଯତୀନଙ୍କ ୧୦୪ତମ ବଳିଦାନ ଦିବସ ପାଳନର ଦ୍ୱିତୀୟ ଦିନ। ବାଘାଯତୀନ ଡେଭେଲପ୍‌ମେଣ୍ଟ କମିଟି ପକ୍ଷରୁ ପୂର୍ବାହ୍ନରେ ବାରବାଟୀ ବାଳିକା ଉଚ୍ଚବିଦ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ କମିଟିର କାର୍ଯ୍ୟକାରୀ ସଭାପତି ସୁଜିତ କୁମାର ଦେ ପୌରୋହିତ୍ୟ କରିଥିଲେ। ସମ୍ପାଦକ ହରେନ୍‌ ରଣା ଉତ୍ସବର ଉଦ୍ଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଆଜିକାର ଯୁବପିଢ଼ି ବାଘାଯତୀନଙ୍କ ଭଳି ଦେଶପ୍ରେମରେ ପ୍ରଭାବିତ ହୋଇ ଭାରତଭୂମିକୁ ଅଖଣ୍ଡ ରଖିବା ଲାଗି କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ଭୋଗରାଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସାମାଜିକ କର୍ମୀ ସୁବାସିନୀ ଜେନା, କମିଟିର ପ୍ରତିଷ୍ଠାତା ସଦସ୍ୟ ଶରତ ଦାସ, ପଶ୍ଚିମବଙ୍ଗ ଆମତ୍ ଉତ୍ସର୍ଗ କମିଟିର ସମ୍ପାଦକ ପ୍ରଫେସର ରାଜୀବ ବାନାର୍ଜୀ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁବାସ ନିଆଲ, ଜିଲା ସାଂସ୍କୃତିକ ଅଧିକାରିଣୀ ସୁଶ୍ରୀ ମନସ୍ବିନୀ ରାଉତ, ବାରବାଟୀ ଉଚ୍ଚ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସ୍ନିଗ୍ଧା ପଣ୍ଡା ପ୍ରମୁଖ ମଞ୍ଚାସୀନ ହୋଇ କ୍ରାନ୍ତିବୀର ବାଘାଯତୀନଙ୍କ ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ପତାକା ଉତ୍ତୋଳନ, ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ୧୦୪ଟି ଦୀପ ପ୍ରଜ୍ୱଳିତ କରାଯାଇଥିଲା। ପଶ୍ଚିମବଙ୍ଗ ଆମତ୍ ଉତ୍ସର୍ଗ କମିଟି (ତୀର୍ଥଯାତ୍ରୀ)ରୁ ଆସିଥିବା ୩୧ଜଣ ସଦସ୍ୟ ଶହୀଦ ବାଘାଯତୀନଙ୍କ ଆମତ୍ଜୀବନୀ ଗାଥା ବର୍ଣ୍ଣନା କରିଥିଲେ। ଏହି ତୀର୍ଥଯାତ୍ରୀ ରେମୁଣା ବ୍ଲକ ଚଷାଖଣ୍ଡସ୍ଥିତ ଦେଶୁଆଁପୋଖରୀ ନିକଟରେ ଏକତ୍ରିତ ହୋଇ ସେଠାରେ ବାଘାଯତୀନ ଓ ତାଙ୍କ ୪ଜଣ ସାଥିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଆୟୋଜିତ ଉତ୍ସବରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri