ଦେଶପ୍ରେମର ଗାଥା ଶୁଣାଉଛି ଚଷାଖଣ୍ଡ: ‘ବଳିଷ୍ଠ ଭାରତ ଗଠନ ଥିଲା ବାଘାଯତୀନଙ୍କ ଆଦର୍ଶ’

ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ରକ୍ତତୀର୍ଥ ଚଷାଖଣ୍ଡ ସବୁଦିନ ଦେଶପ୍ରେମର ଗାଥା ଶୁଣାଉଛି। କ୍ରାନ୍ତିବୀର ବାଘାଯତୀନ ଏହି ସ୍ଥାନରେ ବ୍ରିଟିଶ ଫୌଜଙ୍କ ସହ ଶେଷ ଲଢେଇ କରି ଗୁଳିରେ ଆହତ ହୋଇ ପରେ ପ୍ରାଣ ହରାଇଥିଲେ। ତାଙ୍କ ତ୍ୟାଗ, ଦେଶଭକ୍ତି ଓ ସଂଘର୍ଷମୟ ଜୀବନ ଯୁବପିଢି ପାଇଁ ଯୁଗେ ଯୁଗେ ପ୍ରେରଣା ହୋଇରହିବ। ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେଲେ ବଳିଷ୍ଠ ଭାରତ ଗଠନ ସମ୍ଭବ ହେବ ବୋଲି ସୋମବାର ଚଷାଖଣ୍ଡସ୍ଥିତ ଦେଶୁଆଁପୋଖରୀ ଠାରେ ଆୟୋଜିତ ବାଘାଯତୀନଙ୍କ ୧୦୪ତମ ବଳିଦାନ ଦିବସରେ ଅତିଥି ଓ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି।
ଦୁଇଦିନ ବ୍ୟାପୀ ପାଳନ ହେବାକୁ ଥିବା ଶହୀଦ ସ୍ମୃତି ସମାରୋହର ପ୍ରଥମ ଦିବସରେ ବାଲେଶ୍ୱରର ଅତିରିକ୍ତ ଜିଲାପାଳ ସମ୍ବିତ ନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ତାଙ୍କ ଅଧ୍ୟକ୍ଷତାରେ ଏକ ସ୍ମୃତିସଭା ଆୟୋଜିତ ହୋଇଥିଲା। ପରିଷଦର ସଭାପତି ତଥା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅତିଥି ଭାବେ ଯୋଗଦେଇ ଶହୀଦ ବାଘାଯତୀନଙ୍କ ଜୀବନୀ ଉପରେ ଆଲୋକପାତ କରି ଶହୀଦ ପୀଠର ଉନ୍ନତି ଏବଂ ରକ୍ଷଣାବେକ୍ଷଣ ପ୍ରତି ଗୁରୁତ୍ୱାରୋପ କରିଥିଲେ। ୨୫ଟି ବିଦ୍ୟାଳୟରୁ ଆସିଥିବା ଛାତ୍ରୀଛାତ୍ରଙ୍କ ଉପସ୍ଥିତି ଓ ସେମାନଙ୍କ ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ପରିବେଶକୁ ଭାବପୂର୍ଣ୍ଣ ଓ ଉତ୍ସବମୁଖର କରିଥିଲା। ପଶ୍ଚିମବଙ୍ଗ ଚଟ୍ଟଗ୍ରାମରୁ ଆସୁଥିବା ଶୋଭାଯାତ୍ରା ଦଳ ମଙ୍ଗଳବାର ଏଠାରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି।
ବଳିଦାନ ଦିବସ ସ୍ମୃତିସଭାରେ ଆଇନ୍‌ଜୀବୀ ମନୋଜ ନାୟକ ଅତିଥିମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିଥିଲେ। ପରିଷଦର ସମ୍ପାଦକ ସର୍ବେଶ୍ୱର ମହାନ୍ତି ପରିଷଦ ତଥା ସ୍ମୃତିପୀଠର ସମସ୍ୟା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ପରିଷଦର କାର୍ଯ୍ୟକାରୀ ସଭାପତି ଗୋପୀନାଥ ସେନାପତି ମଞ୍ଚ ସଞ୍ଚାଳନରେ ସହଯୋଗ କରିଥିଲେ। ଅଖିଳ ଭାରତୀୟ ସ୍ବତନ୍ତ୍ର ସେନାନୀ ପରିବାର କଲ୍ୟାଣ ପରିଷଦର ସଭାପତି ନିତ୍ୟାନନ୍ଦ ଶର୍ମା ମୁଖ୍ୟବକ୍ତା ଭାବେ ଯୋଗଦେଇ ଭାରତବର୍ଷ ସ୍ବାଧୀନତା ସଂଗ୍ରାମ ଇତିହାସର ଗାଥା, ଗୌରବକୁ ବଳିଷ୍ଠ କରିଥିବା ବାଘାଯତୀନଙ୍କ ଆଦର୍ଶ ଅନୁକରଣୀୟ ବୋଲି କହିଥିଲେ। ଚଟ୍ଟଗ୍ରାମ ସ୍ମୃତି ପରିଷଦର ସଭାପତି ସରୋଜ ଚୌଧୁରୀ ଅନ୍ୟତମ ଅତିଥି ଭାବେ ଯୋଗଦେଇ ବାଘାଯତୀନ ଓ ତାଙ୍କ ଅନ୍ୟ ଚାରିଜଣ ସହଯୋଗୀଙ୍କ ବୀରତ୍ୱର କାହାଣୀ ଅବତାରଣା କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଚଷାଖଣ୍ଡ ଶହୀଦପୀଠରେ ଏହି ଶହୀଦମାନଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ କରିବା ଲାଗି ସେ ସହଯୋଗର ହାତ ବଢ଼ାଇବେ ବୋଲି କହିଥିଲେ। ବାଲେଶ୍ୱର ସଦର ତହସିଲଦାର ପଞ୍ଚାନନ ପାତ୍ର, ରେମୁଣା ତହସିଲଦାର ସଞ୍ଜୟ ରାଉତ, ପୂର୍ବତନ ବିଧାୟକ ଅରୁଣ ଦେ, ପ୍ରଦୀପ୍ତ ପଣ୍ଡା ଓ ସୁଦର୍ଶନ ଯେନା ପ୍ରମୁଖ ସ୍ବାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ କରିବା ସହିତ ସ୍ମୃତିପୀଠର ବିକାଶ ନେଇ ଆଲୋକପାତ କରିଥିଲେ। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦେଶାମତ୍ବୋଧକ ବକ୍ତୃତା, ପ୍ରତିଯୋଗିତା, ସଙ୍ଗୀତ, ଚିତ୍ରାଙ୍କନ, ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅଧ୍ୟାପକ କାଳିଚରଣ ଲେଙ୍କା, ଆଶୁକବି ସର୍ବେଶ୍ୱର ଦାସ, ଶିକ୍ଷାବିତ୍‌ ଜୟନ୍ତ ପାଣିଗ୍ରାହୀ, ବାଗ୍ମୀଦେବୀ ଭଟ୍ଟାଚାର୍ଯ୍ୟ, ଅନୁରାଗ ବାସୁ, ରାଜଶ୍ରୀ ପଣ୍ଡା ବିଚାରକ ଭାବେ ଯୋଗଦେଇଥିଲେ। ପରିଷଦର ବରିଷ୍ଠ କର୍ମକର୍ତ୍ତା ଜୟନ୍ତୀ ପଣ୍ଡା, ଶ୍ରୀକାନ୍ତ ବୁଗୁଡ଼ାଇ, ସୁଦର୍ଶନ ଭୂୟାଁ, ଶ୍ରୀକାନ୍ତ ବାଗ୍‌, ସରୋଜ ଗୋଚ୍ଛାୟତ, ମାହେଶ୍ୱରୀ ମହାନ୍ତି, ସ୍ନେହଲତା ଦାସ, ସୋନାଲି ପଣ୍ଡା, ଉପେନ୍ଦ୍ର ପାଣିଗ୍ରାହୀ, ଦେବେନ୍ଦ୍ର ନାୟକ, ପ୍ରଫୁଲ ବେହେରା, ଅଜିତ୍‌ ବରାଳ ପ୍ରମୁଖ କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ। ପରିଷଦର ଉପଦେଷ୍ଟା ଅନନ୍ତ ବିଶ୍ୱାଳ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?