Posted inଜାତୀୟ

ଦେଶବ୍ୟାପୀ ଶିକ୍ଷାନୁଷ୍ଠାନ, ମଲ୍‌ ବନ୍ଦ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ମଲ୍‌, ସିନେମା ହଲ, ପର୍ଯ୍ୟଟନ ସ୍ଥଳ ଓ ଧର୍ମାନୁଷ୍ଠାନ ଆଦିକୁ ବନ୍ଦ କରିବା ଲାଗି ଅନୁଷ୍ଠିତ ମନ୍ତ୍ରୀଗୋଷ୍ଠୀ ବୈଠକରେ ନିଷ୍ପତ୍ତି ନିଆଯାଇଛି। ପିଲାମାନଙ୍କୁ ଘରେ ରହି ପଢ଼ିବାକୁ ପରାମର୍ଶ ଦିଆଯିବା ସହ ଅନ୍‌ଲାଇନ୍‌ ଶିକ୍ଷାର ପ୍ରସାର ପାଇଁ କୁହାଯାଇଛି। ଭାରତରେ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ସୋମବାର ୧୧୪ରେ ପହଞ୍ଚତ୍ଛି। ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ସଂକ୍ରମିତଙ୍କ ମଧ୍ୟରେ ୧୭ ଜଣ ବିଦେଶୀ ପର୍ଯ୍ୟଟକ ଅଛନ୍ତି। ଓଡ଼ିଶାରେ ରବିବାର ପ୍ରଥମ ରୋଗୀ ଚିହ୍ନଟ ହୋଇଥିବାବେଳେ ଲଦାଖ, ଜମ୍ମୁ-କଶ୍ମୀର ଓ କେରଳରେ ନୂଆ ସଂକ୍ରମିତ ପରୀକ୍ଷାରୁ ଜଣାପଡିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମହାରାଷ୍ଟ୍ରରେ ଆଉ ୪ ଜଣଙ୍କଠାରେ ଏହି ଭୂତାଣୁ ଥିବା ଜଣାପଡିବା ପରେ ସେଠାରେ ମୋଟ ରୋଗୀସଂଖ୍ୟା ୩୭ରେ ପହଞ୍ଚତ୍ଛି।
ସମସ୍ତ ପ୍ରକାର ଧର୍ମୀୟ, ପାରିବାରିକ, ସାମାଜିକ, ରାଜନୈତିକ ଓ ସାଂସ୍କୃତିକ ସମାବେଶ ବନ୍ଦ ରଖିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ଘୋଷଣା କରିଛନ୍ତି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୌଣସି ସ୍ଥାନରେ ୫୦ରୁ ଅଧିକ ଲୋକ ଏକାଠି ନ ହେବା ପାଇଁ ସେ ପରାମର୍ଶ ଦେଇଛନ୍ତି। ରାଜଧାନୀର ସବୁ ହାଟକୁ ବନ୍ଦ କରିଦିଆଯାଇଛି। ସପିଙ୍ଗ ମଲ୍‌ ଫାଟକରେ ଓ ଷ୍ଟୋରରେ ସାନିଟାଇଜର ରଖିବାକୁ କୁହାଯାଇଛି। ଶାହିନବାଗ୍‌ ଏବଂ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ବାହାରେ ଚାଲିଥିବା ସିଏଏ ବିରୋଧୀ ବିକ୍ଷୋଭକୁ ନିଷିଦ୍ଧ କରାଯାଇଛି। ସେଠାରେ ୩ ମାସରୁ ଅଧିକ ଦିନ ହେଲା ବିକ୍ଷୋଭ ଚାଲିଥିଲା। ସେହିପରି ୩୧ ପର୍ଯ୍ୟନ୍ତ ରାଜଧାନୀର ସମସ୍ତ ଜିମ୍‌, ନାଇଟ କ୍ଲବ ଓ ସ୍ପା ବନ୍ଦ ରହିବ।
କରୋନା ସଂକ୍ରମଣ ମୁକାବିଲା ଦିଗରେ କୌଣସି ସୁଯୋଗ ହାତଛଡ଼ା ନ କରିବାକୁ ସରକାର ଚାହୁଁଛନ୍ତି। ଏଥିପାଇଁ ସାମୂହିକ ଉଦ୍ୟମ ଲୋଡ଼ା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ସଂକ୍ରମଣ ରୋକିବା ଦିଗରେ ଡାକ୍ତର, ନର୍ସ, ସ୍ବାସ୍ଥ୍ୟ କର୍ମୀମାନଙ୍କ ଉଦ୍ୟମକୁ ମୋଦି ପ୍ରଶଂସା କରିଛନ୍ତି।
ପ୍ରତିକାର ବ୍ୟବସ୍ଥା ସ୍ବରୂପ ମୁମ୍ବାଇର ପ୍ରସିଦ୍ଧ ସିଦ୍ଧିବିନାୟକ ମନ୍ଦିରକୁ ଭକ୍ତମାନଙ୍କ ଲାଗି ବନ୍ଦ କରିଦିଆଯାଇଛି। ସେହିପରି ମହାରାଷ୍ଟ୍ରର ଅନ୍ୟତମ ଲୋକପ୍ରିୟ ତୀର୍ଥସ୍ଥାନ ତୁଲଜାଭବାନୀ ମନ୍ଦିରକୁ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ପ୍ରସିଦ୍ଧ ଅଜନ୍ତା ଓ ଏଲୋରା ଗୁମ୍ଫା ସମେତ ବିଭିନ୍ନ ଐତିହାସିକ ସ୍ଥଳକୁ ଏପ୍ରିଲ ୭ ପର୍ଯ୍ୟନ୍ତ ବନ୍ଦ ରଖାଯିବ। ସମାବେଶଠାରୁ ଦୂରେଇ ରହିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri