ଦେଶରେ ଅଖଣ୍ଡତା, ସାର୍ବଭୌମକୁ ଅକ୍ଷୁଣ୍ଣ ରଖିବାକୁ ବିଧାୟକଙ୍କ ଆହ୍ବାନ

ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ଗୁରୁବାର ଷ୍ଟାଡିୟମ ସନ୍ନିକଟ ପଡ଼ିଆରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମବେତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ନାଏକ ଦେଶର ଅଖଣ୍ଡତା ଓ ସାର୍ବଭୌମକୁ ଅକ୍ଷୁଣ୍ଣ ରଖିବାକୁ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇଥିଲେ। ପାଟଣା ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଡିଓ ପ୍ରଫୁଲ କୁମାର ନାଏକ, ବିଇଓ ପୂର୍ଣ୍ଣଚନ୍ଦ୍ର ଓମାତ, ଜିଲାପରିଷଦ ସଦସ୍ୟ ସୁରେଶ ଚନ୍ଦ୍ର ନାଏକ ପ୍ରମୁଖ ଯୋଗ ଦେଇଥିଲେ। ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସାନ୍ତ୍ୱନା ଦାସ, ପାର୍ଥସାରଥୀ ବେଜ୍‌, କମଳାକାନ୍ତ ପତି, ଶାନ୍ତନୁ କୁମାର ସାହୁ, ପ୍ରମୋଦ କୁମାର ମହାନ୍ତ ପ୍ରମୁଖ ପରିଚାଳନା ଓ ସଂଯୋଜନା କରିଥିଲେ। ପରେଡ୍‌କୁ କ୍ରୀଡ଼ା ଶିକ୍ଷକ ଧର୍ମେନ୍ଦ୍ର କୁମାର ସାହୁ ଓ ଲକ୍ଷ୍ମୀଧର ମହାନ୍ତ ପରିଚାଳନା କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜୟନ୍ତ କୁମାର ମହାନ୍ତ, ମନୋରଞ୍ଜନ ମହାନ୍ତ, ଶିକ୍ଷକ ସାରଥ ନାଏକ, ଗନ୍ଧର୍ବ ରାଜ ମିଶ୍ର, ପ୍ରମୋଦ କୁମାର ଭଞ୍ଜ ଦେଓ ଓ ହରପ୍ରିୟା ମହାନ୍ତଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ପାଟଣା ତହସିଲରେ ତହସିଲଦାର ଶିବପ୍ରସାଦ ମୁର୍ମୁ,ପାଟଣା ଥାନାରେ ଥାନାଧିକାରୀ ପୁଷ୍ପାଞ୍ଜଳି ସାମନ୍ତରାୟ, ସ୍ଥାନୀୟ ମହାବିଦ୍ୟାଳୟରେ ବିଧାୟକ ଜଗନ୍ନାଥ ନାଏକ,ସରସ୍ବତୀ ଶିଶୁ ବିଦ୍ୟମନ୍ଦିରସ୍‌ରେ ସାମାଜିକ କର୍ମୀ ବିବେକାନନ୍ଦ ଦାଶ, ମୁକ୍ତି ତୀର୍ଥ କ୍ଲବ, ସ୍ବାମରେ ବୀରକିଶୋର ଦାଶ, ରେଞ୍ଜ କାର୍ଯ୍ୟାଳୟରେ ପବିତ୍ରମୋହନ ନାଏକ, ଅଗ୍ନିଶମ କାର୍ଯ୍ୟାଳୟରେ ମନୋରଞ୍ଜନ ମହାନ୍ତ ଓ ଡାକ୍ତରଖାନାରେ ଡ. ସୁପ୍ରକାଶ ଶତପଥୀ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri