ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଛୁଇଁଲା ୧,୩୧,୮୬୮

ନୂଆଦିଲ୍ଲୀ,୨୪।୫: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬,୭୬୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୩୧,୮୬୮ରେ ପହଞ୍ଚିଛି ବୋଲି ରବିବାର ସକାଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ସେହିପରି ଗତ ୨୪ ଘଣ୍ଟାରେ ୧୪୭ ଜଣଙ୍କର ମୃତ୍ୟୁ ହୋଇ ଏବେ ମୋଟ ମୃତ୍ୟୁ ସଂଖ୍ୟା ୩,୮୬୭ରେ ପହଞ୍ଚିଛି। ତେବେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୭୩,୫୬୦ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୫୪,୪୪୦ ଜଣ ସୁସ୍ଥ ହୋଇ ସାରିଲେଣି। ମହାରାଷ୍ଟ୍ରର ସ୍ଥିତି ବେଳକୁ ବେଳ ସଙ୍ଗିନ ହେଉଥିବା ବେଳେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪୭,୧୯୦ରେ ପହଞ୍ଚିଲାଣି। ସେହିପରି ତାମିଲନାଡୁରେ ୧୫,୫୧୨, ଗୁଜରାଟରେ ୧୩,୬୬୪ ଓ ରାଜଧାନୀ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୧୨,୯୧୦ରେ ପହଞ୍ଚିଛି।

Share