ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪

ନୂଆଦିଲ୍ଲୀ,୯।୪: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍‌ ଅଗ୍ରଓ୍ବାଲଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪ରେ ପହଞ୍ଚିଛି। ୨୪ ଘଣ୍ଟା ମଧ୍ୟରେ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ୧୬୬ରେ ପହଞ୍ଚିଛି। ସେହିପରି ୪୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ଚାଇନରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ୨ଶହରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପି ସାରିଥିବା ବେଳେ ଭାରତ ମଧ୍ୟ ଏହାସହ ଲଢି ଚାଲିଛି।

Share