Posted inଜାତୀୟ

‘ଦେଶରେ ଚାଲିଛି ଏକଛତ୍ରବାଦ ଶାସନ’

ନୂଆଦିଲ୍ଲୀ,୫।୮: ସାରା ଦେଶରେ ମୁଦ୍ରାସ୍ଫୀତି ଏବଂ ବେକାରୀ ବିରୋଧରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି। କଂଗ୍ରେସ ନେତାମାନେ ଦିଲ୍ଲୀ ସମେତ ସାରା ଦେଶରେ ବିରୋଧ କରୁଛନ୍ତି। ରାଷ୍ଟ୍ରପତି ଭବନ ଏବଂ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ଦଳ ପକ୍ଷରୁ ଧାରଣା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖିରେ ସେଠାରେ ୧୪୪ ଧାରା ଜାରି କରାଯାଇଛି। ଏସବୁ ଭିତରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଖବରଦାତା ସମ୍ମିଳନୀ କରି ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାହୁଲ କହିଛନ୍ତି,ଆଜି ଦେଶରେ କୌଣସି ଗଣତନ୍ତ୍ର ନାହିଁ। ଏକଛତ୍ରବାଦୀ ଶାସନ ଚାଲିଛି। ଆମେ ମୁଦ୍ରାସ୍ଫୀତି, ବେକାରୀ ପ୍ରସଙ୍ଗ ଉଠାଇବାକୁ ଚାହୁଁଛୁ କିନ୍ତୁ ଏଥିପାଇଁ ଅନୁମତି ନାହିଁ। ସଂସଦରେ କୌଣସି ଆଲୋଚନା ହୋଇନାହିଁ। ଆମକୁ ପୋଲିସ ପକ୍ଷରୁ ଅଟକ ରଖାଯାଉଛି। ଗିରଫ କରାଯାଇଛି । ଆଜି ଏହା ହେଉଛି ଭାରତର ଅବସ୍ଥା। ୭୦ ବର୍ଷର ଗଣତନ୍ତ୍ର ୮ ବର୍ଷରେ ଶେଷ ହୋଇଛି। ଏହାର ପରିଣାମ ଭୋଗିବାକୁ ପଡିବ। ଭାରତବାସୀ ଚୁପ ରହିବେ ନାହିଁ। ବିଭିନ୍ନ ଅନୁଷ୍ଠାନ ନିଜ ନିୟନ୍ତ୍ରଣକୁ ନେଇ ହିଟଲର ମଧ୍ୟ ନିର୍ବାଚନ ଜିତିଛନ୍ତି।
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ମଧ୍ୟ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି। ସେ କହିଛନ୍ତି, ଦେଶରେ ଇଡି ଆତଙ୍କର ପରିବେଶ ରହିଛି। ଆଜି ଯଦି ଆମେ ଚୁପ ରହିବା, ଇତିହାସ ଆମକୁ କ୍ଷମା କରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri